ତାରାଙ୍କ ସମର୍ଥନରେ ବାହାରିଲା ବିଜେଡି, ନଇଁଲା ଶାସକ ଦଳ

ଭୁବନେଶ୍ୱର,୧୨ା୩: ବରିଷ୍ଠ ନେତା ତଥା କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ସମର୍ଥନରେ ବାହାରିଛି ବିଜେଡି। ତାରାଙ୍କ ନିଲମ୍ବନକୁ ଘୋର ବିରୋଧ କରିଛି ବିଜେଡି। ନିଲମ୍ବନ ପ୍ରତ୍ୟାହାର ପାଇଁ ବିଜେଡି ବିଧାୟକ ବାଚସ୍ପତିଙ୍କୁ ଭେଟିଛନ୍ତି। ଅନ୍ୟପକ୍ଷରେ ବିଜେଡି କଂଗ୍ରେସ ସପକ୍ଷରେ ବାହାରିବା ଦେଖି ଶାସକ ଦଳ ନଇଁଛି। କଂଗ୍ରେସକୁ ବୁଝାଶୁଝା କରିଛି ଶାସକ ଦଳ। ଗୃହ ପରିତ୍ୟାଗ କରିଥିବା କଂଗ୍ରେସ ସଦସ୍ୟଙ୍କୁ ଗୃହକୁ ଫେରାଇ ଆଣିବା ପାଇଁ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ବୁଝାଇଥିବାବେଳେ ମନ୍ତ୍ରୀ […] The post ତାରାଙ୍କ ସମର୍ଥନରେ ବାହାରିଲା ବିଜେଡି, ନଇଁଲା ଶାସକ ଦଳ appeared first on Dharitri Odia News.

ତାରାଙ୍କ ସମର୍ଥନରେ ବାହାରିଲା ବିଜେଡି, ନଇଁଲା ଶାସକ ଦଳ

ଭୁବନେଶ୍ୱର,୧୨ା୩: ବରିଷ୍ଠ ନେତା ତଥା କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ସମର୍ଥନରେ ବାହାରିଛି ବିଜେଡି। ତାରାଙ୍କ ନିଲମ୍ବନକୁ ଘୋର ବିରୋଧ କରିଛି ବିଜେଡି। ନିଲମ୍ବନ ପ୍ରତ୍ୟାହାର ପାଇଁ ବିଜେଡି ବିଧାୟକ ବାଚସ୍ପତିଙ୍କୁ ଭେଟିଛନ୍ତି।
ଅନ୍ୟପକ୍ଷରେ ବିଜେଡି କଂଗ୍ରେସ ସପକ୍ଷରେ ବାହାରିବା ଦେଖି ଶାସକ ଦଳ ନଇଁଛି। କଂଗ୍ରେସକୁ ବୁଝାଶୁଝା କରିଛି ଶାସକ ଦଳ। ଗୃହ ପରିତ୍ୟାଗ କରିଥିବା କଂଗ୍ରେସ ସଦସ୍ୟଙ୍କୁ ଗୃହକୁ ଫେରାଇ ଆଣିବା ପାଇଁ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ବୁଝାଇଥିବାବେଳେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ବୁଝାଶୁଝା କରିଛନ୍ତି।

ଗୃହରେ ଦୁଇ ବିଧାୟକ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ମଙ୍ଗଳବାର ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ହାତାହାତି ହୋଇଥିଲେ।  ଏନେଇ ତାରାଙ୍କୁ ୭ ଦିନ ପାଇଁ ଗୃହରୁ ସସ୍‌ପେଣ୍ଡ କରାଯାଇଛି। ବିଶୃଙ୍ଖଳିତ ଆଚରଣ ପାଇଁ ସସ୍‌ପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ବିଧାନସଭାରେ କାଲି ବାଚସ୍ପତିଙ୍କ ପୋଡ଼ିୟମ ମାଇକ ଭାଙ୍ଗିଥିଲେ ତାରା।  ଗୃହରେ ହଙ୍ଗାମା କରିଥିଲେ। ଏନେଇ ତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

କଂଗ୍ରେସର ବରିଷ୍ଠ ବିଧାୟକ ତାରା ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନ ଉପରେ କାଉଣ୍ଟର କରିଥିଲେ। ତାରା କହିଛନ୍ତି, ଓଡ଼ିଶାକୁ ଭାଗ ଭାଗ କରିବା କ’ଣ ଓଡ଼ିଆ ଅସ୍ମିତା? ସେ ଓଡ଼ିଶାକୁ ଭାଗ କଲା ଭଳି ପ୍ରତିକ୍ରିୟା ଦେଉଛନ୍ତି। ଆଜି କୋଶଲ କଥା କହୁଛନ୍ତି କାଲି ଦକ୍ଷିଣାଞ୍ଚଳ ତା’ପରେ ଉତ୍ତରାଞ୍ଚଳ ଏହି ପରି ଭାବେ ଓଡ଼ିଶାକୁ ଭାଗ ଭାଗ କରିଦେବା କି ବୋଲି ତାରା ଜୟନାରାୟଣଙ୍କୁ ପ୍ରଶ୍ନ କରିଥିଲେ। ଜୟ ଦାଦା ଟିକେ ଅସନ୍ତୁଷ୍ଟ ଅଛନ୍ତି, ତାଙ୍କୁ ଉପମୁଖ୍ୟମନ୍ତ୍ରୀ କରି ଦିଅନ୍ତୁ ସେ ଆଉ ଏପରି ମନ୍ତବ୍ୟ ଦେବେ ନାହିଁ। ତାଙ୍କ ଦଳରେ ପାଣ୍ଡିଆନ କଥା ପ୍ରଥମେ ଉଠାଇଥିବା ଲୋକ ଯିଏ କି ତାଙ୍କୁ ଆଜି ଦଳ ଅଣଦେଖା କରୁଛି ବୋଲି ତାରା ତାଙ୍କୁ ତାତ୍ସଲ୍ୟ କରି କହିଥିଲେ।

The post ତାରାଙ୍କ ସମର୍ଥନରେ ବାହାରିଲା ବିଜେଡି, ନଇଁଲା ଶାସକ ଦଳ appeared first on Dharitri Odia News.