ତିନି ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ନନ୍ଦିଘୋଷ ବ୍ୟୁରୋ: ତିନି ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେଠାରେ ସେ ରାଷ୍ଟ୍ରପତି ଦୌପଦୀ... The post ତିନି ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ appeared first on .
ନନ୍ଦିଘୋଷ ବ୍ୟୁରୋ: ତିନି ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେଠାରେ ସେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିବେ। ଏହା ସହିତ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭଗର ମନ୍ତ୍ରୀ ମାନଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି । କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଅର୍ଥମନ୍ତ୍ରୀ ନିର୍ମଳା ସିତାରମଣ, ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରି, ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ମନ୍ତ୍ରୀ ମାନଙ୍କ ସହିତ ଆହୁରି ଅନେକ ବିଭାଗର ମନ୍ତ୍ରୀ ମାନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ସଭାରେ ଗୃହର ନେତା ଜଗତ ପ୍ରକାଶ ନଡ୍ଡା ଓ ଅନ୍ୟ ବରିଷ୍ଠ ନେତ୍ରୁ ବୃନ୍ଦଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ସହିତ ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଯାଇଛନ୍ତି। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ସ୍ବାର୍ଥ ସମ୍ବଳିତ ବିଷୟ ଗୁଡ଼ିକ ଉପରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ରାଜ୍ୟର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ସହଯୋଗ କାମନା କରିବେ।
The post ତିନି ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ appeared first on .