ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ: ଦୈନିକ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୦।୯: ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ଏ.ଏସ୍‌.ଆଇ ପକ୍ଷରୁ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବ। ଏହି ସମୟରେ ଅପରାହ୍ନ ୨ଟାଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ଭେ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଛି। ମଙ୍ଗଳବାର ସୁଦ୍ଧା ରତ୍ନଭଣ୍ଡାରର ବୈଷୟିକ ସର୍ଭେ କାର୍ଯ୍ୟ ଶେଷ କରିବାକୁ ଏ.ଏସ୍‌.ଆଇ ମହାନିଦେ୍ର୍ଦଶକଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ି ପତ୍ର ଲେଖି ଅନୁରୋଧ କରିଥିଲେ। ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏସ୍‌ଓପି ଅନୁସାରେ ଏହି […] The post ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ: ଦୈନିକ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ appeared first on Dharitri Odia News.

ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ: ଦୈନିକ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୦।୯: ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ଏ.ଏସ୍‌.ଆଇ ପକ୍ଷରୁ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବ। ଏହି ସମୟରେ ଅପରାହ୍ନ ୨ଟାଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ଭେ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଛି। ମଙ୍ଗଳବାର ସୁଦ୍ଧା ରତ୍ନଭଣ୍ଡାରର ବୈଷୟିକ ସର୍ଭେ କାର୍ଯ୍ୟ ଶେଷ କରିବାକୁ ଏ.ଏସ୍‌.ଆଇ ମହାନିଦେ୍ର୍ଦଶକଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ି ପତ୍ର ଲେଖି ଅନୁରୋଧ କରିଥିଲେ।

ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏସ୍‌ଓପି ଅନୁସାରେ ଏହି ସର୍ଭେ କରାଯିବ । ତେଣୁ ତିନିଦିନ ପାଇଁ ଶ୍ରୀଜୀଉଙ୍କ ନୀତିକାନ୍ତି ଏବଂ ସେବା ପୂଜାରେ ବ୍ୟାଘାତ ନ କରି ନିରୀକ୍ଷଣ ପ୍ରକ୍ରିୟା କରିବା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତିନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ବିଶେଷ ନୀତିନିର୍ଘଣ୍ଟ ଅନୁସାରେ, ଦିନ ଗୋଟାଏରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରରେ ଆସନ୍ତା ମଙ୍ଗଳବାରଠାରୁ ଦଶହରା (୧୬ ପୂଜା) ଆରମ୍ଭ ହେବ।

ତେବେ ଗତ ବୁଧବାର ରତ୍ନଭଣ୍ଡାରର ଲେଜର ସ୍କାନିଂ ହୋଇଛି। ଏଏସ୍‌ଆଇ ଏଡିଜି ଜାନ ଭିଜ ଶର୍ମାଙ୍କ ନେତୃତ୍ୱରେ ୧୭ ଜଣିଆ ଟିମ୍‌ ଯାଞ୍ଚ କରିବା ସହ ଲେଜର ସ୍କାନିଂ କରି ଫେରିଛନ୍ତି। ରତ୍ନଭଣ୍ଡାର ତଦାରଖ କରି ଫେରିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଥିଲେ କି ଯାଞ୍ଚ ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇନି। ଆଗକୁ ରାଡାର ସର୍ଭେ ହେବ। ସମସ୍ତ ଯାଞ୍ଚ ସରିବା ପରେ ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରାଯିବ। ସେହିପରି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ରାଡାର ସର୍ଭେ ପରେ ସଠିକ୍‌ ମିଳିବ।

The post ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ: ଦୈନିକ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ appeared first on Dharitri Odia News.