ତିରୁପତି ମନ୍ଦିର ଲଡୁ ବିବାଦ: ଯାଞ୍ଚ ପାଇଁ ଏସଆଇଟି ଗଠନ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ତିରୁପତି ଲଡୁରେ ପଶୁ ଚର୍ବି ମିଶିଥିବା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଜଷ୍ଟିସ ବିଆର ଗଭଇଙ୍କ ନେତୃତ୍ୱରେ ଏକ ବେଞ୍ଚ ଏହି ମାମଲାର ଶୁଣାଣି କରିଛି। ଏହି ମାମଲାର ଯାଞ୍ଚ ପାଇଁ ଏକ ନୂତନ ସ୍ବତନ୍ତ୍ର ଏସଆଇଟି ଗଠନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଗଭଇ ଏହି ନିର୍ଦ୍ଦେଶ ଦେବାବେଳେ କହିଛନ୍ତି, ଆମେ ଏହି ଆଦେଶ ଦେଉଛୁ। ଦେବତାଙ୍କ ଉପରେ ବିଶ୍ୱାସ କରୁଥିବା କୋଟି କୋଟି ଲୋକଙ୍କ ଭାବନାକୁ ଧ୍ୟାନରେ ରଖି ଆମେ […] The post ତିରୁପତି ମନ୍ଦିର ଲଡୁ ବିବାଦ: ଯାଞ୍ଚ ପାଇଁ ଏସଆଇଟି ଗଠନ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ appeared first on Dharitri Odia News.

ତିରୁପତି ମନ୍ଦିର ଲଡୁ ବିବାଦ: ଯାଞ୍ଚ ପାଇଁ ଏସଆଇଟି ଗଠନ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ତିରୁପତି ଲଡୁରେ ପଶୁ ଚର୍ବି ମିଶିଥିବା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଜଷ୍ଟିସ ବିଆର ଗଭଇଙ୍କ ନେତୃତ୍ୱରେ ଏକ ବେଞ୍ଚ ଏହି ମାମଲାର ଶୁଣାଣି କରିଛି। ଏହି ମାମଲାର ଯାଞ୍ଚ ପାଇଁ ଏକ ନୂତନ ସ୍ବତନ୍ତ୍ର ଏସଆଇଟି ଗଠନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଜଷ୍ଟିସ ଗଭଇ ଏହି ନିର୍ଦ୍ଦେଶ ଦେବାବେଳେ କହିଛନ୍ତି, ଆମେ ଏହି ଆଦେଶ ଦେଉଛୁ। ଦେବତାଙ୍କ ଉପରେ ବିଶ୍ୱାସ କରୁଥିବା କୋଟି କୋଟି ଲୋକଙ୍କ ଭାବନାକୁ ଧ୍ୟାନରେ ରଖି ଆମେ ଏସଆଇଟିକୁ ଏହି ମାମଲାର ଯାଞ୍ଚ ନିର୍ଦ୍ଦେଶ ଦେଉଛୁ। କୋର୍ଟ ସିବିଆଇର ୨ସଦସ୍ୟ, ଆନ୍ଧ୍ର ପ୍ରଦେଶ ରାଜ୍ୟ ପୋଲିସର ୨ ସଦସ୍ୟ ଏବଂ ଏଫଏସଏସଏଆଇ (FSSAI)ର ଜଣେ ବିଶେଷଜ୍ଞଙ୍କୁ ନେଇ ଏକ ଏସଆଇଟି ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ପ୍ରସାଦରେ ଚର୍ବି ମିଶିବା ଅଭିଯୋଗ ସମଗ୍ର ବିଶ୍ୱରେ ଭକ୍ତଙ୍କ ବିଶ୍ୱାସକୁ କ୍ଷତି ପହଞ୍ଚାଇଛି। ଆମେ ଚାହୁଁନାହୁଁ ଏହି ବିଷୟ ଏକ ରାଜନୈତିକ ଡ୍ରାମା ହେଉ। ଯଦି ଏକ ସ୍ବାଧୀନ ଅନୁଷ୍ଠାନ ଏହି ଘଟଣାର ଅନୁସନ୍ଧାନ କରେ, ତେବେ ଲୋକଙ୍କ ଆତ୍ମବିଶ୍ୱାସ ସୃଷ୍ଟି ହେବ।

ସୂଚନାଯୋଗ୍ୟ, ଗତ ଶୁଣାଣି ସମୟରେ ଜଷ୍ଟିସ ଗଭଇ ମନ୍ତବ୍ୟ ଦେଇଛନ୍ତି ଯେ ଭଗବାନଙ୍କୁ ରାଜନୀତିରୁ ଦୂରେଇ ରଖିବା ଉଚିତ୍‌। ଏହା ମଧ୍ୟ କୁହାଯାଇଥିଲା ଯେ ଲାବୋରେଟୋରୀର ପରୀକ୍ଷା ରିପୋର୍ଟ ସମ୍ପୂର୍ଣ୍ଣ ରୂପେ ସ୍ପଷ୍ଟ ନୁହେଁ କାରଣ ପ୍ରଥମରୁ ଦେଖାଯାଉଛି ଯେ ପ୍ରତ୍ୟାଖ୍ୟାନ ହୋଇଥିବା ଘିଅ ପରୀକ୍ଷା କରାଯାଇଛି।

The post ତିରୁପତି ମନ୍ଦିର ଲଡୁ ବିବାଦ: ଯାଞ୍ଚ ପାଇଁ ଏସଆଇଟି ଗଠନ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ appeared first on Dharitri Odia News.