ତୁମୁଡିବନ୍ଧରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ: ସଭା କାର୍ଯ୍ୟରେ ଫାଙ୍କା ପଡ଼ିଲା ଚୌକି
ତୁମୁଡିବନ୍ଧ,୨୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ପ୍ରଶାସନ ପକ୍ଷରୁ ଗୁରୁବାର ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ହେଲେ ଅଳ୍ପ ସଂଖ୍ୟକ ଅଙ୍ଗନଓ୍ବାଡି କର୍ମୀ ଏବଂ ଓଏଲ୍ଏମ୍ ବିଭାଗର କିଛି କର୍ମଚାରୀଙ୍କୁ ନେଇ ସଭା କାର୍ଯ୍ୟ ହୋଇଥିଲା। ଏପରିକି ଯେନେତେନ ପ୍ରକାରେ କାର୍ଯ୍ୟକ୍ରମକୁ ଶେଷ କରି ଦିଆଯାଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏପରିକି ଆଭାସି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟସ୍ତରୀୟ ସମାରୋହ କାର୍ଯ୍ୟକ୍ରମକୁ ଦେଖିବା ପାଇଁ ବ୍ୟବସ୍ଥା କରାଯାଇଥିଲା। ହେଲେ ପେଣ୍ଡାଲ […] The post ତୁମୁଡିବନ୍ଧରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ: ସଭା କାର୍ଯ୍ୟରେ ଫାଙ୍କା ପଡ଼ିଲା ଚୌକି appeared first on Dharitri Odia News.
ତୁମୁଡିବନ୍ଧ,୨୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ପ୍ରଶାସନ ପକ୍ଷରୁ ଗୁରୁବାର ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ହେଲେ ଅଳ୍ପ ସଂଖ୍ୟକ ଅଙ୍ଗନଓ୍ବାଡି କର୍ମୀ ଏବଂ ଓଏଲ୍ଏମ୍ ବିଭାଗର କିଛି କର୍ମଚାରୀଙ୍କୁ ନେଇ ସଭା କାର୍ଯ୍ୟ ହୋଇଥିଲା।
ଏପରିକି ଯେନେତେନ ପ୍ରକାରେ କାର୍ଯ୍ୟକ୍ରମକୁ ଶେଷ କରି ଦିଆଯାଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏପରିକି ଆଭାସି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟସ୍ତରୀୟ ସମାରୋହ କାର୍ଯ୍ୟକ୍ରମକୁ ଦେଖିବା ପାଇଁ ବ୍ୟବସ୍ଥା କରାଯାଇଥିଲା। ହେଲେ ପେଣ୍ଡାଲ ଭିତରେ ଲୋକ ନ ଥିବାବେଳେ ଅଧିକାଂଶ ଚୌକି ଫାଙ୍କା ପଡ଼ିଥିବା ଦେଖିବାକୁ ମିଳିଥିଲା। ଏପରିକି ବ୍ଳକସ୍ତରରେ ପ୍ରଚାର ପ୍ରସାର ଅଭାବ ଯୋଗୁ ଏଭଳି ଘଟିଥିବା ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି।
The post ତୁମୁଡିବନ୍ଧରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ: ସଭା କାର୍ଯ୍ୟରେ ଫାଙ୍କା ପଡ଼ିଲା ଚୌକି appeared first on Dharitri Odia News.