ତୁମେ ଛାଡି ଚାଲିଗଲ… ରତନ ଟାଟାଙ୍କ ଏକ୍ସ ଗର୍ଲଫ୍ରେଣ୍ଡଙ୍କ ଦୁଃଖଦାୟକ ପୋଷ୍ଟ
ନୂଆଦିଲ୍ଲୀ,୧୦।୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ମୃତ୍ୟୁବେଳେ ତାଙ୍କୁ ୮୬ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ଟାଟାଙ୍କୁ କିଛିଦିନ ତଳେ ଦକ୍ଷିଣ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ତାଙ୍କ ବିୟୋଗରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅନ୍ୟାନ୍ୟ ବିଶିଷ୍ଟ ଲୋକ, ନେତା ଇତ୍ୟାଦି […] The post ତୁମେ ଛାଡି ଚାଲିଗଲ… ରତନ ଟାଟାଙ୍କ ଏକ୍ସ ଗର୍ଲଫ୍ରେଣ୍ଡଙ୍କ ଦୁଃଖଦାୟକ ପୋଷ୍ଟ appeared first on Dharitri Odia News.
ନୂଆଦିଲ୍ଲୀ,୧୦।୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ମୃତ୍ୟୁବେଳେ ତାଙ୍କୁ ୮୬ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ଟାଟାଙ୍କୁ କିଛିଦିନ ତଳେ ଦକ୍ଷିଣ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ତାଙ୍କ ବିୟୋଗରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅନ୍ୟାନ୍ୟ ବିଶିଷ୍ଟ ଲୋକ, ନେତା ଇତ୍ୟାଦି ଶୋକ ପ୍ରକାଶ କରିଛନ୍ତି। ଏହାରି ଭିତରେ ଆଉଜଣେ ଶୋକ ପ୍ରକାଶ କରିଛନ୍ତି ଯିଏକି ରତନ ଟାଟାଙ୍କ ଅତି ନିକଟତର। ଆଉ ସେ ହେଲେ ତାଙ୍କ ଏକ୍ସ ଗର୍ଲଫ୍ରେଣ୍ଡ। ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି ଯାହା ଭାଇରାଲ ହେବାରେ ଲାଗିଛି।
ସେ ପୋଷ୍ଟ କରି କହିଛନ୍ତି, ସେମାନେ କହୁଛନ୍ତି ତୁମେ ଚାଲିଗଲ…ଏହା ବହୁ କଷ୍ଟଦାୟକ । ବିଦାୟ ସାଙ୍ଗ। ଏମିତି ଲେଖି ଭାବବିହ୍ବଳ ହୋଇଛନ୍ତି ରତନ ଟାଟାଙ୍କ ଏକ୍ସ ଗର୍ଲଫ୍ରେଣ୍ଡ, ଭଲ ବନ୍ଧୁ ତଥା ଅଭିନେତ୍ରୀ ସିମି ଗ୍ରୁୱାଲ । ଦିନେ ସିମି ଗ୍ରୁୱାଲ ରତନ ଟାଟାଙ୍କୁ ଭଲ ପାଉଥିଲେ । ତାଙ୍କୁ ଜଣେ ଭଲ ବନ୍ଧୁ ଭାବରେ ବିବେଚନା କରୁଥିଲେ ।
କିମ୍ବଦନ୍ତୀ ଉଦ୍ୟୋଗପତି ତଥା ପଦ୍ମ ବିଭୂଷଣ ରତନ ଟାଟାଙ୍କ ପରଲୋକ ହୋଇଛି । ୮୬ ବର୍ଷ ବୟସରେ ଆଖି ବୁଜିଛନ୍ତି ଟାଟା ଟ୍ରଷ୍ଟ ଚେୟାରମ୍ୟାନ ତଥା ଟାଟା ସନ୍ସର ଚେୟାରମ୍ୟାନ ଏମେରିଟସ ରତନ ଟାଟା। ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ଯୋଗୁଁ ସେ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଦୁଇ ଦିନ ତଳେ ତାଙ୍କ ଅସୁସ୍ଥତାକୁ ନେଇ ଚର୍ଚ୍ଚା ହୋଇଥିଲେ ମଧ୍ୟ, ସୋସିଆଲ ମିଡିଆରେ ଏହାକୁ ଖଣ୍ଡନ କରିଥିଲେ ନିଜେ ରତନ ଟାଟା।
ତେବେ ଗତକାଲି ସେ ଆଇସିୟୁରେ ଥିବା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା ।
୧୯୬୧ରେ ସେ ପ୍ରଥମେ ଟାଟାଷ୍ଟିଲରେ ଯୋଗ ଦେଇଥିଲେ ଏବଂ ୧୯୯୧ରେ ଜେଆରଡି ଟାଟା ଅବସର ନେବା ପରେ ସେ ଟାଟା ସନ୍ସ ଚେୟାରମ୍ୟାନ ବନିଥିଲେ। ଶିଳ୍ପ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ୨୦୦୦ ମସିହାରେ ପଦ୍ମଭୂଷଣ ଓ ୨୦୦୮ରେ ପଦ୍ମବିଭୂଷଣ ସମ୍ମାନରେ ସମ୍ମାନିତ କରିଥିଲେ ଭାରତ ସରକାର ।
The post ତୁମେ ଛାଡି ଚାଲିଗଲ… ରତନ ଟାଟାଙ୍କ ଏକ୍ସ ଗର୍ଲଫ୍ରେଣ୍ଡଙ୍କ ଦୁଃଖଦାୟକ ପୋଷ୍ଟ appeared first on Dharitri Odia News.