ତୃତୀୟ ପାଳିର ପ୍ରଥମ କ୍ୟାବିନେଟରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିର ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ପ୍ରଧାନମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳ ଗୃହହୀନଙ୍କ ପାଇଁ ଆଉ ୩ କୋଟି ଘର ନିର୍ମାଣ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ମୋଦି ସରକାରଙ୍କ ପ୍ରଥମ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ବଡ଼ ଉପହାର ଦେଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ କିଷାନ ନିଧି ୧୭ତମ କିସ୍ତି ରିଲିଜ […] The post ତୃତୀୟ ପାଳିର ପ୍ରଥମ କ୍ୟାବିନେଟରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା appeared first on Dharitri Odia News.

ତୃତୀୟ ପାଳିର ପ୍ରଥମ କ୍ୟାବିନେଟରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିର ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ପ୍ରଧାନମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳ ଗୃହହୀନଙ୍କ ପାଇଁ ଆଉ ୩ କୋଟି ଘର ନିର୍ମାଣ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ମୋଦି ସରକାରଙ୍କ ପ୍ରଥମ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି।

ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ବଡ଼ ଉପହାର ଦେଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ କିଷାନ ନିଧି ୧୭ତମ କିସ୍ତି ରିଲିଜ କରିବା ପାଇଁ ପିଏମ ମୋଦି ଏକ ଫାଇଲରେ ଦସ୍ତଖତ କରିଛନ୍ତି। ଏହାଦ୍ୱାରା ୯.୩ କୋଟି ଚାଷୀଙ୍କୁ ଉପକୃତ ହେବେ ଏବଂ ପ୍ରାୟ ୨୦ ହଜାର କୋଟି ଟଙ୍କା ବଣ୍ଟନ କରାଯିବ।

The post ତୃତୀୟ ପାଳିର ପ୍ରଥମ କ୍ୟାବିନେଟରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା appeared first on Dharitri Odia News.