ତେଜିଲା KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ପୁଣି ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର, କ୍ୟାଣ୍ଡେଲ ଧରି…ଓଡ଼ିଶାରେ ହଲଚଲ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା ଥମିବାର ନାଁ ନେଉନାହିଁ। KIIT ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟାକୁ ନେଇ ସାରା ଦେଶ ଉଠୁଛି ପଡୁଛି। ଘଟଣାକୁ ନେଇ ସାରା ଦେଶରେ ଓଡ଼ିଶାକୁ ନିନ୍ଦା କରାଯାଉଛି। ଆତ୍ମହତ୍ୟା ମାମଲାକୁ ନେଇ ରାଜ୍ୟ ରାଜନୀତି ଏବେ ସରଗରମ ରହିଛି । ଏହାରି ଭିତରେ ଆକ୍ସନ ମୋଡକୁ ଆସିଛନ୍ତି ମୁଖ୍ୟମନ୍ତ୍ରୀ Mohan Majhi । କିଟ ବିଶ୍ବବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣାରେ ୫ଜଣଙ୍କୁ ଗିରଫ କରାଯାଇଛି। ହେଲେ ପୁଣି ପ୍ରତିବାଦକୁ […] The post ତେଜିଲା KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ପୁଣି ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର, କ୍ୟାଣ୍ଡେଲ ଧରି…ଓଡ଼ିଶାରେ ହଲଚଲ appeared first on Dharitri Odia News.

ତେଜିଲା KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ପୁଣି ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର, କ୍ୟାଣ୍ଡେଲ ଧରି…ଓଡ଼ିଶାରେ ହଲଚଲ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା ଥମିବାର ନାଁ ନେଉନାହିଁ। KIIT ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟାକୁ ନେଇ ସାରା ଦେଶ ଉଠୁଛି ପଡୁଛି। ଘଟଣାକୁ ନେଇ ସାରା ଦେଶରେ ଓଡ଼ିଶାକୁ ନିନ୍ଦା କରାଯାଉଛି। ଆତ୍ମହତ୍ୟା ମାମଲାକୁ ନେଇ ରାଜ୍ୟ ରାଜନୀତି ଏବେ ସରଗରମ ରହିଛି । ଏହାରି ଭିତରେ ଆକ୍ସନ ମୋଡକୁ ଆସିଛନ୍ତି ମୁଖ୍ୟମନ୍ତ୍ରୀ Mohan Majhi । କିଟ ବିଶ୍ବବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣାରେ ୫ଜଣଙ୍କୁ ଗିରଫ କରାଯାଇଛି।

ହେଲେ ପୁଣି ପ୍ରତିବାଦକୁ ଓହ୍ଲାଇଛନ୍ତି କିଟ୍‌ ଛାତ୍ରୀଛାତ୍ର। ନ୍ୟାୟ ଦାବିରେ କ୍ୟାଣ୍ଡେଲ ଜାଳି ରାଲି କରିଛନ୍ତି। ଆଓ୍ବାର ଡିମାଣ୍ଡ, ଓ୍ବି ଓ୍ବାଣ୍ଟ ଜଷ୍ଟିସ ଆଦି ପ୍ଲା କାର୍ଡ ପ୍ରଦର୍ଶନ କରି ରାଲି କରିଛନ୍ତି।

କିଟ ବିଶ୍ବବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣାରେ ୫ଜଣଙ୍କୁ ଗିରଫ କରାଯାଇଛି। ଘଟଣାରେ ୩ ନିର୍ଦ୍ଦେଶକଙ୍କ ସମେତ ୨ ସୁରକ୍ଷାକର୍ମୀଙ୍କୁ ଗିରଫ କରାଯାଇଛି। ୩ ନିର୍ଦ୍ଦେଶକ ହେଲେ ଶିବାନନ୍ଦ ମିଶ୍ର, ପ୍ରତାପ ଚମ୍ପତି, ସୁଧୀର ରଥ। ସୁରକ୍ଷାକର୍ମୀ ହେଲେ ରମାକାନ୍ତ ନାୟକ, ଯୋଗେନ୍ଦ୍ର ବେହେରା। ୫ ଜଣଙ୍କୁ ଗିରଫ କରି ଇନ୍ଫୋସିଟି ପୋଲିସ ସେମାନଙ୍କୁ କୋର୍ଟ ଚାଲାଣ କରିଛି।

କିଟ୍‌ ଘଟଣାକୁ ନେଇ ଆକ୍ସନ ମୋଡ୍‌ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। Nepal Student Suicide ଘଟଣାର ତଦନ୍ତ ନେଇ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର। ଏହି କମିଟିରେ ସ୍ଥାନ ପାଇଛନ୍ତି ୩ଟି ବିଭାଗର ସଚିବ। କମିଟିରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଓ ଉଚ୍ଚ ଶିକ୍ଷା ବିଭାଗର ସଚିବ ମଧ୍ୟ ସ୍ଥାନ ପାଇଛନ୍ତି।

KIIT student death: କମିଟି ଗଠନ କରିବା ସହ ଛାତ୍ରୀଛାତ୍ରୀଙ୍କୁ ଘରୋଇ ସୁରକ୍ଷାକର୍ମୀ ମାଡ଼ ମାରିବାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଯେଉଁମାନେ ଦୋଷୀ ସାବ୍ୟସ୍ତ ହେବେ ସେମାନଙ୍କୁ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ସମସ୍ତ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ସମ୍ମାନ ନେଇ ସରକାର ପ୍ରତିଶ୍ରୁତିବଦ୍ଧ। ନ୍ୟାୟ ଦେବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ପଦକ୍ଷେପ ନେବେ।

The post ତେଜିଲା KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ପୁଣି ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର, କ୍ୟାଣ୍ଡେଲ ଧରି…ଓଡ଼ିଶାରେ ହଲଚଲ appeared first on Dharitri Odia News.