ତେଜିଲା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ପ୍ରତିବାଦ, ୧୨ ଘଣ୍ଟିଆ ପଶ୍ଚିମବଙ୍ଗ ବନ୍ଦ
ପଶ୍ଚିମବଙ୍ଗ ୨୮/୦୮: ତୀବ୍ର ରୂପ ନେଉଛି କୋଲକାତା ଡାକ୍ତରୀ ଛାତ୍ରଙ୍କୁ ଦୁଷ୍କର୍ମ ଓ ହତ୍ୟା ପ୍ରତିବାଦ । ଏହାର ପ୍ରତିବାଦରେ ୧୨ ଘଣ୍ଟିଆ ପଶ୍ଚିମବଙ୍ଗ ବନ୍ଦ ପାଳନ କରୁଛି ବିଜେପି । ଅଭୟା କାଣ୍ଡ ପ୍ରତିବାଦରେ ଗତକାଲି ନବାନ୍ନ ମାର୍ଚ୍ଚ ବେଳେ ଛାତ୍ରଛାତ୍ରୀଙ୍କ ଉପରେ ପୋଲିସର ଦମନଲୀଳାକୁ ନିନ୍ଦା କରି ବନ୍ଦ ପାଳନ କରୁଛି ବିଜେପି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ପଶ୍ଚିମବଙ୍ଗରେ ବନ୍ଦ ପାଳନ କରାଯିବ । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବି ଏବଂ ପୋଲିସ ବିରୋଧରେ ପ୍ରତିବାଦ ପାଇଁ ବିଜେପି ଏହି ବନ୍ଦ ଡାକରା ଦେଇଛି । ଅଭୟା କାଣ୍ଡ ପ୍ରତିବାଦରେ ଗତକାଲି ଛାତ୍ରଛାତ୍ରୀମାନେ ନବାନ୍ନ ବା ପଶ୍ଚିମବଙ୍ଗ ସରକାରଙ୍କ ସଚିବାଳୟ ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଆଡ଼କୁ ଶୋଭାଯାତ୍ରାରେ ଯିବା ବେଳେ, ହାୱଡ଼ା ସାନ୍ତରାଗାଛିରେ ପୋଲିସ ସେମାନଙ୍କୁ ରୋକିବା ପାଇଁ ବ୍ୟାରିକେଡ୍ ଲଗାଇବା ସହ ପାଣିମାଡ଼, ଲୁହବୁହା ଗ୍ୟାସ୍ ଓ ଲାଠି ଚାର୍ଜ କରିଥିଲା । #WATCH | RG Kar Medical College and Hospital rape-murder case | Howrah, West Bengal: 12-hour 'Bengal Bandh' called by BJP to protest against the state governmentThe bandh has been called after the police used lathi charge and tear gas on protestors during Nabanna Abhiyan,… pic.twitter.com/FDaDu3yWvs— ANI (@
ପଶ୍ଚିମବଙ୍ଗ ୨୮/୦୮: ତୀବ୍ର ରୂପ ନେଉଛି କୋଲକାତା ଡାକ୍ତରୀ ଛାତ୍ରଙ୍କୁ ଦୁଷ୍କର୍ମ ଓ ହତ୍ୟା ପ୍ରତିବାଦ । ଏହାର ପ୍ରତିବାଦରେ ୧୨ ଘଣ୍ଟିଆ ପଶ୍ଚିମବଙ୍ଗ ବନ୍ଦ ପାଳନ କରୁଛି ବିଜେପି । ଅଭୟା କାଣ୍ଡ ପ୍ରତିବାଦରେ ଗତକାଲି ନବାନ୍ନ ମାର୍ଚ୍ଚ ବେଳେ ଛାତ୍ରଛାତ୍ରୀଙ୍କ ଉପରେ ପୋଲିସର ଦମନଲୀଳାକୁ ନିନ୍ଦା କରି ବନ୍ଦ ପାଳନ କରୁଛି ବିଜେପି।
ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ପଶ୍ଚିମବଙ୍ଗରେ ବନ୍ଦ ପାଳନ କରାଯିବ । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବି ଏବଂ ପୋଲିସ ବିରୋଧରେ ପ୍ରତିବାଦ ପାଇଁ ବିଜେପି ଏହି ବନ୍ଦ ଡାକରା ଦେଇଛି । ଅଭୟା କାଣ୍ଡ ପ୍ରତିବାଦରେ ଗତକାଲି ଛାତ୍ରଛାତ୍ରୀମାନେ ନବାନ୍ନ ବା ପଶ୍ଚିମବଙ୍ଗ ସରକାରଙ୍କ ସଚିବାଳୟ ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଆଡ଼କୁ ଶୋଭାଯାତ୍ରାରେ ଯିବା ବେଳେ, ହାୱଡ଼ା ସାନ୍ତରାଗାଛିରେ ପୋଲିସ ସେମାନଙ୍କୁ ରୋକିବା ପାଇଁ ବ୍ୟାରିକେଡ୍ ଲଗାଇବା ସହ ପାଣିମାଡ଼, ଲୁହବୁହା ଗ୍ୟାସ୍ ଓ ଲାଠି ଚାର୍ଜ କରିଥିଲା ।
#WATCH | RG Kar Medical College and Hospital rape-murder case | Howrah, West Bengal: 12-hour 'Bengal Bandh' called by BJP to protest against the state government
The bandh has been called after the police used lathi charge and tear gas on protestors during Nabanna Abhiyan,… pic.twitter.com/FDaDu3yWvs— ANI (@ANI) August 28, 2024
ପଶ୍ଚିମବଙ୍ଗ ବନ୍ଦ ପାଳନ ବେଳେ ଦୋକାନବଜାର ବନ୍ଦ ରଖିବାକୁ ଡାକରା ଦେଇଛି ବିଜେପି । କେବଳ ଆତ୍ୟାବଶ୍ୟକ ସେବା ଜାରି ରହିବ ବୋଲି କୁହାଯାଇଛି। ତେବେ ବନ୍ଦ ପାଳନକୁ ବିରୋଧ କରିବା ସହିତ, କାଲି ଜୀବନଯାତ୍ରା ସ୍ବାଭାବିକ ରହିବ ବୋଲି କହିଛନ୍ତି ପଶ୍ଚିମବଙ୍ଗ ସରକାର। ତେଣୁ ସମସ୍ତ ସ୍କୁଲ, କଲେଜ, ଅଫିସ୍, ବ୍ୟାଙ୍କ, ବସ୍ ଚଳାଚଳ ଆଦି ଖୋଲା ରହିବ। ସମସ୍ତେ ଅଫିସ ଆସିବାକୁ ଅପିଲ୍ କରିଛନ୍ତି ମମତା ବାନାର୍ଜୀ ।