ତୈଳ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ

ପାଟଣା : କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ତୁରୁମୁଙ୍ଗା-ଚମ୍ପୁଆ ରାସ୍ତାର ନେଉଳିପଶି ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ତୈଳ ଟ୍ୟାଙ୍କର ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଗଛକୁ ଧକ୍କା ଦେଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଚାଳକ ଓ ସହାୟକ ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ଆଖି ଲାଗିଯାଇଥିବା ଯୋଗୁଁ ଏଭଳି ଦୁର୍ଘଟଣା ଘଟିଥିବା ଜଣାପଡିଛି। ଏହି ତୈଳ ଟ୍ୟାଙ୍କରଟି ତେଲ ଖାଲି କରି ଚମ୍ପୁଆ ପଟରୁ ବାଲେଶ୍ବରକୁ ଯାଉଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତୁରୁମୁଙ୍ଗା […]

ତୈଳ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ

ପାଟଣା : କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ତୁରୁମୁଙ୍ଗା-ଚମ୍ପୁଆ ରାସ୍ତାର ନେଉଳିପଶି ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ତୈଳ ଟ୍ୟାଙ୍କର ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଗଛକୁ ଧକ୍କା ଦେଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଚାଳକ ଓ ସହାୟକ ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ଆଖି ଲାଗିଯାଇଥିବା ଯୋଗୁଁ ଏଭଳି ଦୁର୍ଘଟଣା ଘଟିଥିବା ଜଣାପଡିଛି। ଏହି ତୈଳ ଟ୍ୟାଙ୍କରଟି ତେଲ ଖାଲି କରି ଚମ୍ପୁଆ ପଟରୁ ବାଲେଶ୍ବରକୁ ଯାଉଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତୁରୁମୁଙ୍ଗା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।