ତ୍ରିସ୍ତରୀୟ ପଞ୍ଚାୟତ ଅନୁଷ୍ଠାନ ଗୁଡିକର ଉପନିର୍ବାଚନ ପାଇଁ ପ୍ରାଥମିକ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି । ସେଥିମଧ୍ୟରୁ ୫ଟି ଜିଲ୍ଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ, ୪୫ଟି ସରପଞ୍ଚ, ୨୭୨ଟି ୱାର୍ଡ ମେମ୍ବର ପାଇଁ ଉପନିର୍ବାଚନ ହେଉଥିବାବେଳେ ୭୭୧ଟି ୱାର୍ଡରେ ନୂତନ ଭାବେ ନିର୍ବାଚନ ଅନୁଷ୍ଠିତ ହେବ । ଗତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସଂରକ୍ଷିତ ବର୍ଗ ପାଇଁ ଉଦ୍ଦିଷ୍ଟ ଥିବା […]

ତ୍ରିସ୍ତରୀୟ ପଞ୍ଚାୟତ ଅନୁଷ୍ଠାନ ଗୁଡିକର ଉପନିର୍ବାଚନ ପାଇଁ ପ୍ରାଥମିକ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି । ସେଥିମଧ୍ୟରୁ ୫ଟି ଜିଲ୍ଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ, ୪୫ଟି ସରପଞ୍ଚ, ୨୭୨ଟି ୱାର୍ଡ ମେମ୍ବର ପାଇଁ ଉପନିର୍ବାଚନ ହେଉଥିବାବେଳେ ୭୭୧ଟି ୱାର୍ଡରେ ନୂତନ ଭାବେ ନିର୍ବାଚନ ଅନୁଷ୍ଠିତ ହେବ ।

ଗତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସଂରକ୍ଷିତ ବର୍ଗ ପାଇଁ ଉଦ୍ଦିଷ୍ଟ ଥିବା ୭୭୧ଟି ୱାର୍ଡରେ କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିନଥିବାରୁ ଉକ୍ତ ୱାର୍ଡ ଗୁଡିକରେ ନିର୍ବାଚନ ବନ୍ଦ ରହିଥିଲା । ପରବର୍ତ୍ତୀ ପର୍ଯ୍ୟାୟରେ ସଂପୃକ୍ତ ଜିଲ୍ଲାପାଳଙ୍କ ସୁପାରିଶ କ୍ରମେ ଉକ୍ତ ୱାର୍ଡଗୁଡ଼ିକୁ ଅଣସଂରକ୍ଷିତ କରାଯିବା ପରେ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ।