ଥୁଆମୂଳ ରାମପୁରଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ
କଳାହାଣ୍ଡି, ୨୨/୦୭- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭବାନୀପାଟଣା ଉପଜିଲ୍ଲାପାଳ ଡ. ବିଶ୍ଵଜିତ ଦାସ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଶିବିରରେ ମୋଟ ୮୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୫୦ଟି ବ୍ୟକ୍ତିଗତ ସମସ୍ୟା […] The post ଥୁଆମୂଳ ରାମପୁରଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ appeared first on Odisha.News.

କଳାହାଣ୍ଡି, ୨୨/୦୭- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭବାନୀପାଟଣା ଉପଜିଲ୍ଲାପାଳ ଡ. ବିଶ୍ଵଜିତ ଦାସ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଶିବିରରେ ମୋଟ ୮୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୫୦ଟି ବ୍ୟକ୍ତିଗତ ସମସ୍ୟା ଓ ୩୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଅଭିଯୋଗ ଥିଲା। ୧୫ଟି ଅଭିଯୋଗର ତତକ୍ଷଣାତ ସମାଧାନ କରାଯାଇଥିଲା।
The post ଥୁଆମୂଳ ରାମପୁରଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ appeared first on Odisha.News.