ଥୁଆମୂଳ ରାମପୁରରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ-ଖଡ଼ିଛୁଆଁ କାର୍ଯ୍ୟକ୍ରମ

ଥୁଆମୂଳ ରାମପୁର,୨।୪(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ସ୍ଥିତ ସରକାରୀ ଉଚ୍ଚ ଉନ୍ନତ ପ୍ରାଥମିକ ବିଦ୍ୟାଳୟରେ ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀ ନଳିନୀ ପ୍ରଭାତୀ ଠାକୁରଙ୍କ ତତ୍ତ୍ୱାବଧାନରେ ବ୍ଳକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଏମ୍‌ପି ବ୍ଳକ ପ୍ରତିନିଧି ପବିତ୍ର ନାଏକ ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଥୁଆମୁଳ ରାମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧ୍ରୁବଚରଣ ମୁଦୁଲି, ବିଧାୟକ ବ୍ଳକ ପ୍ରତିନିଧି ମାଣିକ୍ୟ ଚନ୍ଦ୍ର […] The post ଥୁଆମୂଳ ରାମପୁରରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ-ଖଡ଼ିଛୁଆଁ କାର୍ଯ୍ୟକ୍ରମ appeared first on Dharitri Odia News.

ଥୁଆମୂଳ ରାମପୁରରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ-ଖଡ଼ିଛୁଆଁ କାର୍ଯ୍ୟକ୍ରମ

ଥୁଆମୂଳ ରାମପୁର,୨।୪(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ସ୍ଥିତ ସରକାରୀ ଉଚ୍ଚ ଉନ୍ନତ ପ୍ରାଥମିକ ବିଦ୍ୟାଳୟରେ ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀ ନଳିନୀ ପ୍ରଭାତୀ ଠାକୁରଙ୍କ ତତ୍ତ୍ୱାବଧାନରେ ବ୍ଳକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଏମ୍‌ପି ବ୍ଳକ ପ୍ରତିନିଧି ପବିତ୍ର ନାଏକ ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଥୁଆମୁଳ ରାମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧ୍ରୁବଚରଣ ମୁଦୁଲି, ବିଧାୟକ ବ୍ଳକ ପ୍ରତିନିଧି ମାଣିକ୍ୟ ଚନ୍ଦ୍ର ନାଏକ, ଏବିଓ ହେମନ୍ତ ପଣ୍ତା, ସିଆରସିସି ସୁନାଧର ମାଝୀ, ସ୍ଥାନୀୟ ସରପଞ୍ଚ ବିଜୟା ମାଝୀ, ଥୁଆମୁଳ ରାମପୁର ବ୍ଳକ ଭାଜପା ବରିଷ୍ଠ ନେତା ବିପିନ ବିହାରୀ ନାଏକ, ସିଆରସିସି ଝଜୁରୁ ମାଝୀ, ଶିକ୍ଷକ ହେମନ୍ତ ଲୁହାର, ଜୟସିଂ ମାଝୀ, ଅମର ସିଂ ମାଝୀ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପାର୍ବତୀ ଧଙ୍ଗଡା ମାଝୀ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ ପୂର୍ବକ ଶୁଭାରମ୍ଭ କରିଥିଲେ। ସିଆରସସି ସୁନାଧର ମାଝୀ ମଞ୍ଚକୁ ପରିଚାଳନା କରିଥିବା ବେଳେ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଓ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ପ୍ରବେଶ ଉତ୍ସବ ଓ ଖଡିଛୁଆଁର ମୁଖ୍ୟ ଉଦ୍ଦେଶ୍ୟ ବିଷୟ ଉପରେ ସେମାନେ ପୁଙ୍ଖାନୁପୁଙ୍ଖ ଭାବରେ ଅଭିଭାବକ ଓ ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବା ବେଳେ ଏଥିରେ ଘର – ସ୍କୁଲ ସଂଯୋଗ କର୍ମଶାଳାରେ ଛାତ୍ରମାନଙ୍କ ଶିକ୍ଷାରେ ଅଭିଭାବକଙ୍କ ଭୂମିକା ଓ ଦାୟିତ୍ୱ ଏବଂ ପରାମର୍ଶ ପାଇଁ ସ୍ବତନ୍ତ୍ର ପ୍ରୟାସ କରିବା ସହିତ ଏହାର ମୁଖ୍ୟ ଉଦ୍ଦେଶ୍ୟ ଉପରେ ଆମକ ଉପସ୍ଥିତ ସମସ୍ତ ଅଭିଭାବକ ଓ ଅଭିଭାବିକାମାନଙ୍କୁ ସଚେତନତା ସୃଷ୍ଟି କରାଯାଇଥିଲା। ତେବେ ଅଙ୍ଗନବାଡି କେନ୍ଦ୍ରରେ ଶିଶୁମାନଙ୍କ ଶିକ୍ଷା ଶେଷ ହେବା ପରେ ପ୍ରାଥମିକ ବିଦ୍ୟାଳୟରେ ପ୍ରବେଶ ଓ ଖଡିଛୁଆ କାର୍ଯ୍ୟକ୍ରମରେ ୧୪ ଜଣ ଛାତ୍ରଛାତ୍ରୀଙ୍କ ନାମ ଲେଖା ହୋଇଥିଲା। ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନାଗେଶ୍ବର ନାଏକ ସମେତ ଅନ୍ୟାନ୍ୟ ଶିକ୍ଷୟତ୍ରୀଶିକ୍ଷକ ସହଯୋଗ କରିଥିଲେ। ସେଭଳି ବ୍ଲକର ଅନ୍ୟାନ୍ୟ ପ୍ରାଥମିକ, ଉନ୍ନତ ପ୍ରାଥମିକ ବିଦ୍ୟାଳୟମାନଙ୍କରେ ମଧ୍ୟ ଖଡିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l

The post ଥୁଆମୂଳ ରାମପୁରରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ-ଖଡ଼ିଛୁଆଁ କାର୍ଯ୍ୟକ୍ରମ appeared first on Dharitri Odia News.