ଦକ୍ଷତା ବିକାଶ, ଚାକିରି କ୍ଷେତ୍ରରେ ସହାୟକ ହେବ ପିଏମ୍‌ ଉଷା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୮: ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ୍‌- ଉଷା)କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହାର ଶୁଭାରମ୍ଭ କରିଛନ୍ତି। ପିଏମ- ଉଷା’ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏକ  ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଉଚ୍ଚଶିକ୍ଷାରେ ଗୁଣାତ୍ମକ ମାନ ବୃଦ୍ଧି କରିବାରେ ‘ପିଏମ୍‌- ଉଷା’ ସହାୟକ ହେବା ସହ ପାଠ୍ୟକ୍ରମ ପ୍ରସ୍ତୁତି ଓ ଶିକ୍ଷକଙ୍କ ତାଲିମ ଉପରେ ଗୁରୁତ୍ୱ ଦିଆଯିବ। ଏଥିସହିତ ଦକ୍ଷତା ବିକାଶ, ଚାକିରି କ୍ଷେତ୍ରରେ […] The post ଦକ୍ଷତା ବିକାଶ, ଚାକିରି କ୍ଷେତ୍ରରେ ସହାୟକ ହେବ ପିଏମ୍‌ ଉଷା: ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ଦକ୍ଷତା ବିକାଶ, ଚାକିରି କ୍ଷେତ୍ରରେ ସହାୟକ ହେବ ପିଏମ୍‌ ଉଷା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୮: ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ୍‌- ଉଷା)କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହାର ଶୁଭାରମ୍ଭ କରିଛନ୍ତି। ପିଏମ- ଉଷା’ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏକ  ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଉଚ୍ଚଶିକ୍ଷାରେ ଗୁଣାତ୍ମକ ମାନ ବୃଦ୍ଧି କରିବାରେ ‘ପିଏମ୍‌- ଉଷା’ ସହାୟକ ହେବା ସହ ପାଠ୍ୟକ୍ରମ ପ୍ରସ୍ତୁତି ଓ ଶିକ୍ଷକଙ୍କ ତାଲିମ ଉପରେ ଗୁରୁତ୍ୱ ଦିଆଯିବ। ଏଥିସହିତ ଦକ୍ଷତା ବିକାଶ, ଚାକିରି କ୍ଷେତ୍ରରେ ମଧ୍ୟ ଏହି ଅଭିଯାନ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ, ଆମର ସଂକଳ୍ପ ପତ୍ର ଅନୁଯାୟୀ ଆମର ବିଶ୍ୱବିଦ୍ୟାଳୟଗୁଡିକୁ ସ୍ୱାୟତ୍ତତା ପ୍ରଦାନ କରାଯିବ। ଏ ପର୍ଯ୍ୟନ୍ତ ରାଜ୍ୟର ଦୂରଦୁରାନ୍ତ ଅଞ୍ଚଳରେ ୧୮ଟି ନୂଆ ସରକାରୀ ମହାବିଦ୍ୟାଳୟ ଖୋଲାଯାଇଛି। ଏହା ସହିତ ଓଡିଶାର ଆଦିବାସୀ ଭାଷାର ସୁରକ୍ଷା ଓ ପ୍ରଚାର ପାଇଁ ୨୬ଟି ଭାଷା ପରୀକ୍ଷାଗାର ନିର୍ମାଣ ପାଇଁ ପଦକ୍ଷେପ ନିଆ ଯାଉଛି। ଜାତୀୟ ଶିକ୍ଷା ନୀତି-୨୦୨୦ ଦେଶର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ଆଣିବାକୁ ଯାଉଛି। ପୂର୍ବ ସରକାରଙ୍କ ଦୂରଦୃଷ୍ଟିର ଅଭାବ ତଥା ରାଜନୈତିକ ସଂକୀର୍ଣ୍ଣତା ଯୋଗୁ ଆମ ରାଜ୍ୟରେ ଏହା ଆଜି ପର୍ଯ୍ୟନ୍ତ ଲାଗୁ କରାଯାଇ ନ ଥିଲା ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ଦ୍ୱାରା ସ୍ଥାୟୀ ବିକାଶ ଲକ୍ଷ୍ୟ (ଏସ୍‌ଡିଜି) ପୂରଣ ଦିଗରେ ଏହା ସହାୟକ ହେବ। ଶିକ୍ଷା କ୍ଷେତ୍ରରେ ବୈଷମ୍ୟତା ଓ ଅସମାନତା ଦୂର କରାଯାଇ ଏସ୍‌ଡିଜି-୪ର ଲକ୍ଷ୍ୟ ପୂରଣ ହୋଇପାରିବ। ଆଗାମୀ ଦିନରେ ସାମଗ୍ରୀକ ଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ପାଇଁ ଓଡ଼ିଶା ସରକାର ପ୍ରାଥମିକ ଶିକ୍ଷାରୁ ଆରମ୍ଭ କରି ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ଆନ୍ତର୍ଜାତିକ ମାନର ଶିକ୍ଷା ଓଡ଼ିଶାର ଛାତ୍ରୀଛାତ୍ରଙ୍କୁ ପ୍ରଦାନ କରିବା ପାଇଁ ପଦକ୍ଷେପ ନିଆଯିବ। ଏହା ଦ୍ୱାରା ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୩୬ ସୁଦ୍ଧା ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରାଯାଇ ପାରିବ ଏବଂ ବିକଶିତ ଭାରତ ଓ ବିକଶିତ ଓଡ଼ିଶାର ଲକ୍ଷ୍ୟ ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି।

ଏହି ଯୋଜନା ମାଧ୍ୟମରେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ଇଣ୍ଟର୍ନଶିପ୍‌ ମାଧ୍ୟମରେ ଇଣ୍ଡଷ୍ଟ୍ରିଆଲ୍ ଏକ୍ସପୋଜର୍ ପ୍ରଦାନ କରାଯିବା ସହିତ ପ୍ଲେସମେଣ୍ଟ ମାଧ୍ୟମରେ ନିଯୁକ୍ତି ସୁଯୋଗ ମଧ୍ୟ ପ୍ରଦାନ କରାଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି।

ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରାଜ୍ୟ ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବସେବା ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ  ସୂର୍ଯ୍ୟବଂଶୀ ସୁରଜ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଉପସ୍ଥିତିରେ ରାଜ୍ୟ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରଓ୍ବାଲ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଶାସନ ସଚିବ ସୁନିଲ କୁମାର ବର୍ଣ୍ଣୱାଲ ଏହି ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିଲେ।

The post ଦକ୍ଷତା ବିକାଶ, ଚାକିରି କ୍ଷେତ୍ରରେ ସହାୟକ ହେବ ପିଏମ୍‌ ଉଷା: ମୁଖ୍ୟମନ୍ତ୍ରୀ appeared first on Dharitri Odia News.