ଦକ୍ଷିଣ ଓଡିଶା ବିକାଶ ପରିଷଦ:ଟାସ୍କ ଫୋର୍ସ ଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ୱର:ଓଡିଶାର ଦକ୍ଷିଣାଞ୍ଚଳର ବିକାଶ ସହିତ ବିକାଶ ପ୍ରକ୍ରିୟାରେ ସବୁ ବର୍ଗଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ରାଜ୍ୟ ସରକାର ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି।ଏହି ବିକାଶ ପରିଷଦ କିପରି ଗଠିତ ହେବ, ଏଥିରେ କେଉଁ ଜିଲ୍ଲା ଓ ବ୍ଲକ ସାମିଲ ହେବ ଏବଂ ଏହାର ଢାଞ୍ଚା ଓ କାର୍ଯ୍ୟପ୍ରଣାଳୀ କଣ ରହିବ, ସେ ସମ୍ପର୍କରେ ସୁଚିନ୍ତିତ ମତାମତ ଦେବା ପାଇଁ ଏହି ଟାସ୍କ ଫୋର୍ସ ଗଠନ କରାଯାଇଛି। ଗଠନ ହେବାର ୩୦ ଦିନ ମଧ୍ୟରେ ଏହି ରିପୋର୍ଟ […]

ଦକ୍ଷିଣ ଓଡିଶା ବିକାଶ ପରିଷଦ:ଟାସ୍କ ଫୋର୍ସ ଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ୱର:ଓଡିଶାର ଦକ୍ଷିଣାଞ୍ଚଳର ବିକାଶ ସହିତ ବିକାଶ ପ୍ରକ୍ରିୟାରେ ସବୁ ବର୍ଗଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ରାଜ୍ୟ ସରକାର ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି।ଏହି ବିକାଶ ପରିଷଦ କିପରି ଗଠିତ ହେବ, ଏଥିରେ କେଉଁ ଜିଲ୍ଲା ଓ ବ୍ଲକ ସାମିଲ ହେବ ଏବଂ ଏହାର ଢାଞ୍ଚା ଓ କାର୍ଯ୍ୟପ୍ରଣାଳୀ କଣ ରହିବ, ସେ ସମ୍ପର୍କରେ ସୁଚିନ୍ତିତ ମତାମତ ଦେବା ପାଇଁ ଏହି ଟାସ୍କ ଫୋର୍ସ ଗଠନ କରାଯାଇଛି। ଗଠନ ହେବାର ୩୦ ଦିନ ମଧ୍ୟରେ ଏହି ରିପୋର୍ଟ ଦାଖଲ କରିବ ଟାସ୍କ ଫୋର୍ସ।

ମାନ୍ୟବର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଏହି ଟାସ୍କ ଫୋର୍ସ ଗଠନ କରାଯାଇଛି।