ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ପାଇଁ ଟାସ୍କଫୋର୍ସ ଗଠନ

ଭୁବନେଶ୍ଵର: ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ପାଇଁ ଟାସ୍କଫୋର୍ସ ଗଠନ ହୋଇଛି। ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ଗଠନ କରାଯାଇଛି। ବିଧାନସଭାରେ ଏ ନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଧାୟକ ଓ ସାଂସଦଙ୍କୁ ମିଶାଇ ଟାସ୍କଫୋର୍ସରେ ୯ ଜଣ ସଦସ୍ୟ ରହିଛନ୍ତି। ଏଥିସହ ୩ ସରକାରୀ ଅଧିକାରୀଙ୍କୁ ସ୍ଥାୟୀ ସଦସ୍ୟ ଭାବେ ନିଯୁକ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀ ଗୃହରେ କହିଛନ୍ତି ଯେ, ଆପଣଙ୍କ ଜରିଆରେ ମୁଁ ଗୃହର  ସଦସ୍ୟମାନଙ୍କୁ ଅବଗତ କରେଇବାକୁ ଚାହେଁ ଯେ, ‘ଦକ୍ଷିଣ ଓଡିଶା ବିକାଶ ପରିଷଦ’ ଗଠନ କରିବା ପାଇଁ ରାଜ୍ୟ ସରକାର ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଓଡିଶାର ଦକ୍ଷିଣାଞ୍ଚଳର ବିକାଶ ସହିତ ବିକାଶ ପ୍ରକ୍ରିୟାରେ ସବୁ ବର୍ଗଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ଏହି ପରିଷଦ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏହି ବିକାଶ ପରିଷଦ କିପରି ଗଠିତ ହେବ, ଏଥିରେ କେଉଁ ଜିଲ୍ଲା ଓ ବ୍ଲକ ସାମିଲ ହେବ ଏବଂ ଏହାର ଢାଞ୍ଚା ଓ କାର୍ଯ୍ୟପ୍ରଣାଳୀ କଣ ରହିବ, ସେ ସମ୍ପର୍କରେ ସୁଚିନ୍ତିତ ମତାମତ ଦେବା ପାଇଁ ଏହି ଟାସ୍କ ଫୋର୍ସ ଗଠନ କରାଯାଇଛି। ଗଠନ ହେବାର ୩୦ ଦିନ ମଧ୍ୟରେ ଏହି ଟାସ୍କ ଫୋର୍ସ ରିପୋର୍ଟ ଦାଖଲ କରିବ। ମାନ୍ୟବର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ପାଇଁ ଟାସ୍କଫୋର୍ସ ଗଠନ

ଭୁବନେଶ୍ଵର: ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ପାଇଁ ଟାସ୍କଫୋର୍ସ ଗଠନ ହୋଇଛି। ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ଗଠନ କରାଯାଇଛି। ବିଧାନସଭାରେ ଏ ନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଧାୟକ ଓ ସାଂସଦଙ୍କୁ ମିଶାଇ ଟାସ୍କଫୋର୍ସରେ ୯ ଜଣ ସଦସ୍ୟ ରହିଛନ୍ତି। ଏଥିସହ ୩ ସରକାରୀ ଅଧିକାରୀଙ୍କୁ ସ୍ଥାୟୀ ସଦସ୍ୟ ଭାବେ ନିଯୁକ୍ତି କରାଯାଇଛି। 

ମୁଖ୍ୟମନ୍ତ୍ରୀ ଗୃହରେ କହିଛନ୍ତି ଯେ, ଆପଣଙ୍କ ଜରିଆରେ ମୁଁ ଗୃହର  ସଦସ୍ୟମାନଙ୍କୁ ଅବଗତ କରେଇବାକୁ ଚାହେଁ ଯେ, ‘ଦକ୍ଷିଣ ଓଡିଶା ବିକାଶ ପରିଷଦ’ ଗଠନ କରିବା ପାଇଁ ରାଜ୍ୟ ସରକାର ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଓଡିଶାର ଦକ୍ଷିଣାଞ୍ଚଳର ବିକାଶ ସହିତ ବିକାଶ ପ୍ରକ୍ରିୟାରେ ସବୁ ବର୍ଗଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ଏହି ପରିଷଦ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। 

ଏହି ବିକାଶ ପରିଷଦ କିପରି ଗଠିତ ହେବ, ଏଥିରେ କେଉଁ ଜିଲ୍ଲା ଓ ବ୍ଲକ ସାମିଲ ହେବ ଏବଂ ଏହାର ଢାଞ୍ଚା ଓ କାର୍ଯ୍ୟପ୍ରଣାଳୀ କଣ ରହିବ, ସେ ସମ୍ପର୍କରେ ସୁଚିନ୍ତିତ ମତାମତ ଦେବା ପାଇଁ ଏହି ଟାସ୍କ ଫୋର୍ସ ଗଠନ କରାଯାଇଛି। ଗଠନ ହେବାର ୩୦ ଦିନ ମଧ୍ୟରେ ଏହି ଟାସ୍କ ଫୋର୍ସ ରିପୋର୍ଟ ଦାଖଲ କରିବ। ମାନ୍ୟବର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଏହି ଟାସ୍କ ଫୋର୍ସ ଗଠନ କରାଯାଇଛି।

ଟାସ୍କ ଫୋର୍ସରେ ସଦସ୍ୟ ଭାବେ  ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ରାଷ୍ଟ୍ର ମନ୍ତ୍ରୀ (ସ୍ୱାଧୀନ)  ଗୋକୁଳାନନ୍ଦ ମଲ୍ଲିକ, ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ମାଲକାନଗିରି ବିଧାୟକ ନରସିଂହ ମାଡକାମି, ପାରଳାଖେମୁଣ୍ଡି ବିଧାୟକ  ରୁପେଶ କୁମାର ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ ଓ  ପଟ୍ଟାଙ୍ଗୀ ବିଧାୟକ ରାମଚନ୍ଦ୍ର କାଡାମ ସାମିଲ। 

ଏହା ସହିତ ୩ ସରକାରୀ ଅଧିକାରୀଙ୍କୁ ସ୍ଥାୟୀ ସଦସ୍ୟ ଭାବେ ଦକ୍ଷିଣାଞ୍ଚଳ, କେନ୍ଦ୍ରାଞ୍ଚଳ ସହ ଡବ୍ଲ୍ୟୁଓଡିସିର ମୁଖ୍ୟ ନିର୍ବାହୀ ଅଧିକାରୀ ଭାବେ ରହିଛନ୍ତି। ଯୋଜନା ଓ ସଂଯୋଜନ ବିଭାଗର ସ୍ୱତନ୍ତ୍ର ସଚିବ ଏହାର ସଦସ୍ୟ ଆବାହକ ଅଛନ୍ତି।