ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୧୬ ଯାଏ ତାମିଲନାଡୁରେ ପ୍ରବଳରୁ ଅତି ପ୍ରବଳ ବର୍ଷା
ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ କ୍ରମଶଃ ଅବପାତରେ ପରିଣତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ପରବର୍ତ୍ତୀ ଦୁଇ ଦିନ ଧରି ଏହା ତାମିଲନାଡୁ, ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଆଡକୁ ଅଗ୍ରସର ହେବ। ଲଘୁଚାପ ପ୍ରଭାବରେ ୧୬ ତାରିଖ ଯାଏ ତାମିଲନାଡୁରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହା ସହ ଆନ୍ଧ୍ର ଉପକୂଳରେ ପ୍ରବଳ ବର୍ଷା ହେବା ସମ୍ଭାବନା […] The post ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୧୬ ଯାଏ ତାମିଲନାଡୁରେ ପ୍ରବଳରୁ ଅତି ପ୍ରବଳ ବର୍ଷା appeared first on KNews Odisha.

ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ କ୍ରମଶଃ ଅବପାତରେ ପରିଣତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ପରବର୍ତ୍ତୀ ଦୁଇ ଦିନ ଧରି ଏହା ତାମିଲନାଡୁ, ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଆଡକୁ ଅଗ୍ରସର ହେବ। ଲଘୁଚାପ ପ୍ରଭାବରେ ୧୬ ତାରିଖ ଯାଏ ତାମିଲନାଡୁରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହା ସହ ଆନ୍ଧ୍ର ଉପକୂଳରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛ । ୧୬ ତାରଖରେ ପ୍ରବଳ ବର୍ଷା ପାଇଁ ତାମିଲନାଡୁ, ଆନ୍ଧ୍ର ଉପକୂଳ ଏବଂ ରାୟଲସୀମାକୁ ରେର୍ଡ ଆଲର୍ଟ ଜାରି ହୋଇଛି ।
ସେହିପରି ବେଙ୍ଗାଲୁରୁ, କର୍ଣ୍ଣାଟକ ଏବଂ କେରଳରେ ମଧ୍ୟ ପ୍ରବଳ ବର୍ଷା ହେବ । ଏହି ତିନି ଅଞ୍ଚଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେପଟେ ଓମାନ ଉପକୂଳରେ ପଶ୍ଚିମ କେନ୍ଦ୍ରୀୟ ଆରବସାଗରରେ ଅବପାତ। ଗତ ୬ ଘଣ୍ଟା ଧରି ୮ କିଲୋମିଟର ବେଗରେ ପଶ୍ଚିମ ଦିଗରେ ଗତି କରୁଛି । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ଦୁର୍ବଳ ହୋଇ ସୁଦୃଶ୍ୟ ଲଧୁଚାପ କ୍ଷେତ୍ରରେ ପରିଣତ ହେବ।
The post ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୧୬ ଯାଏ ତାମିଲନାଡୁରେ ପ୍ରବଳରୁ ଅତି ପ୍ରବଳ ବର୍ଷା appeared first on KNews Odisha.