ଦଣ୍ଡନାଚରେ ଅଘଟଣ: ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲେ ବାପାପୁଅ
ବ୍ରହ୍ମପୁର,୩୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଦିନକୁ ଦିନ ଗଞ୍ଜାମ ଜିଲା ଅଶାନ୍ତ ହେବାରେ ଲାଗିଛି। ୪୮ ଘଣ୍ଟା ମଧ୍ୟରେ ଜିଲାରେ ତିନୋଟି ମୁଣ୍ଡ ଗଡିଛି। ଗତ ଶୁକ୍ରବାର ବିଳମ୍ବିତ ରାତିରେ ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସମା ଗ୍ରାମରେ ଶିକୁଳା ଗ୍ରାମର ସୁମନ୍ତ କୁମାର ମହାପାତ୍ର (୫୨)ଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିଲା। ସେହିପରି ରବିବାର କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ପଥରାପଲି ମୁଖ୍ୟ ରାସ୍ତାରେ ଲକ୍ଷ୍ମୀ ନାରାୟଣ ପାଇକରାୟଙ୍କୁ ଗୁଳି କରି ଦୁର୍ବୃତ୍ତ ମାନେ ହତ୍ୟା କରିଥିଲେ। ଏହି କ୍ରମରେ […] The post ଦଣ୍ଡନାଚରେ ଅଘଟଣ: ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲେ ବାପାପୁଅ appeared first on Dharitri Odia News.
ବ୍ରହ୍ମପୁର,୩୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଦିନକୁ ଦିନ ଗଞ୍ଜାମ ଜିଲା ଅଶାନ୍ତ ହେବାରେ ଲାଗିଛି। ୪୮ ଘଣ୍ଟା ମଧ୍ୟରେ ଜିଲାରେ ତିନୋଟି ମୁଣ୍ଡ ଗଡିଛି। ଗତ ଶୁକ୍ରବାର ବିଳମ୍ବିତ ରାତିରେ ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସମା ଗ୍ରାମରେ ଶିକୁଳା ଗ୍ରାମର ସୁମନ୍ତ କୁମାର ମହାପାତ୍ର (୫୨)ଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିଲା। ସେହିପରି ରବିବାର କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ପଥରାପଲି ମୁଖ୍ୟ ରାସ୍ତାରେ ଲକ୍ଷ୍ମୀ ନାରାୟଣ ପାଇକରାୟଙ୍କୁ ଗୁଳି କରି ଦୁର୍ବୃତ୍ତ ମାନେ ହତ୍ୟା କରିଥିଲେ। ଏହି କ୍ରମରେ ରବିବାର ବିଳମ୍ବିତ ରାତ୍ରରେ ବଡ଼ ବଜାର ଥାନା ଅନ୍ତର୍ଗତ ଜେନା ସାହିରେ ଚାଲିଥିବା ବେଲଗାଁ ଦଣ୍ଡ ନାଚ ଯାତ୍ରାରେ ଯାତ୍ରା ଅଧିକାରୀଙ୍କ ଛୁରାମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ବେଲଗାଁ ଅଞ୍ଚଳର ଜଗଦୀଶ ପାଣିଗ୍ରାହୀ (୪୫)।
ସୂଚନାନୁଯାୟୀ, ଜଗଦୀଶ ପୂର୍ବରୁ ଏହି ଦଣ୍ଡନାଚରେ କାମ କରୁଥିଲେ । ଭୋଗ ଖାଇବାକୁ ନେଇ ଯାତ୍ରା ଅଧିକାରୀ ତାଙ୍କ ପୁଅଙ୍କ ସହ ତାଙ୍କ ବଚସା ହୋଇଥିଲା । ପରେ ବାପା ଓ ପୁଅ ଜଗଦୀଶଙ୍କୁ ଛୁରୀରେ ଆକ୍ରମଣ କରିଥିଲେ । ଛୁରାମାଡ଼ରେ ଜଗଦୀଶଙ୍କ ବେକରୁ ମାତ୍ରାଧିକ ରକ୍ତସ୍ରାବ ହୋଇଥିଲା । ପରେ ଗୁରୁତର ଅବସ୍ଥାରେ ଜଗଦୀଶ ବ୍ରହ୍ମପୁର ଏମ୍କେସିଜି ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସିତ ଅବସ୍ଥାରେ ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳ ଓ ମେଡିକାଲରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି । ଥାନା ଅଧିକାରୀ ବାବା ଶଙ୍କର ସରଫ ଘଟଣାସ୍ଥଳରୁ ଆକ୍ରମଣକାରୀ ବାପା ତ୍ରିନାଥ ପାଣିଗ୍ରାହୀ ଓ ପୁଅ ପ୍ରଦୀପ ପାଣିଗ୍ରାହୀକୁ କାବୁ କରିଛି। ବର୍ତ୍ତମାନ ଥାନାରେ ସେମାନଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି ।
The post ଦଣ୍ଡନାଚରେ ଅଘଟଣ: ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲେ ବାପାପୁଅ appeared first on Dharitri Odia News.