ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେପିରୁ ନିଲମ୍ବିତ ହେଲେ ସୁନୀତି ମୁଣ୍ଡ ଓ ଅନ୍ୟମାନେ

ଭୁବନେଶ୍ୱର: ବିଜେପିରୁ ନିଲମ୍ବିତ ହେଲେ ସୁନୀତି ମୁଣ୍ଡ। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କ ବିରୋଧରେ ବିଜେପି ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ସୁନୀତି ମୁଣ୍ଡଙ୍କୁ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି। ସୁନୀତି ବିଜେପି ପକ୍ଷରୁ ଭୁବନେଶ୍ୱର ମେୟର ପ୍ରାର୍ଥୀ ହୋଇଥିଲେ।ଖୋର୍ଦ୍ଧା ଜିଲ୍ଲାରେ ବିଜେପିରୁ ୫ ଜଣ ନେତାଙ୍କୁ ନିଲମ୍ବିତ କରାଯାଇଛି। ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ପୂର୍ବତନ ଖୋର୍ଦ୍ଧା ଜିଲ୍ଲା ସଭାପତି ଶ୍ରୀ ନିକୁଞ୍ଜ ପଟ୍ଟନାୟକ, ଜିଲ୍ଲା ସଂପାଦକ ଶ୍ରୀ ବିଦ୍ୟୁତ କାଣ୍ଡି, ଖୋର୍ଦ୍ଧା ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଶ୍ରୀ ତାପସ ଜେନା, ଅନୁସୁଚିତ ଜାତି ମୋର୍ଚ୍ଚା ଖୋର୍ଦ୍ଧା ଜିଲ୍ଲା ସଭାପତି ଶ୍ରୀ ଶିବ ମଲ୍ଲିକ ଏବଂ କାର୍ଯ୍ୟକର୍ତ୍ତା ଶ୍ରୀ ଧନେଶ୍ୱର ବାରିକଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ଏନେଇରାଜ୍ୟ ବିଜେପି କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେପିରୁ ନିଲମ୍ବିତ ହେଲେ ସୁନୀତି ମୁଣ୍ଡ ଓ ଅନ୍ୟମାନେ

ଭୁବନେଶ୍ୱର: ବିଜେପିରୁ ନିଲମ୍ବିତ ହେଲେ ସୁନୀତି ମୁଣ୍ଡ। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କ ବିରୋଧରେ ବିଜେପି ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ସୁନୀତି ମୁଣ୍ଡଙ୍କୁ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି। ସୁନୀତି ବିଜେପି ପକ୍ଷରୁ ଭୁବନେଶ୍ୱର ମେୟର ପ୍ରାର୍ଥୀ ହୋଇଥିଲେ।

ଖୋର୍ଦ୍ଧା ଜିଲ୍ଲାରେ ବିଜେପିରୁ ଜଣ ନେତାଙ୍କୁ ନିଲମ୍ବିତ କରାଯାଇଛି। ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ପୂର୍ବତନ ଖୋର୍ଦ୍ଧା ଜିଲ୍ଲା ସଭାପତି ଶ୍ରୀ ନିକୁଞ୍ଜ ପଟ୍ଟନାୟକ, ଜିଲ୍ଲା ସଂପାଦକ ଶ୍ରୀ ବିଦ୍ୟୁତ କାଣ୍ଡି, ଖୋର୍ଦ୍ଧା ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଶ୍ରୀ ତାପସ ଜେନା, ଅନୁସୁଚିତ ଜାତି ମୋର୍ଚ୍ଚା ଖୋର୍ଦ୍ଧା ଜିଲ୍ଲା ସଭାପତି ଶ୍ରୀ ଶିବ ମଲ୍ଲିକ ଏବଂ କାର୍ଯ୍ୟକର୍ତ୍ତା ଶ୍ରୀ ଧନେଶ୍ୱର ବାରିକଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ଏନେଇରାଜ୍ୟ ବିଜେପି କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।