ଦାଦନ ରୋକିବାକୁ ସ୍ୱତନ୍ତ୍ର ଟାସ୍କଫୋର୍ସ ଗଠନ କଲେ ସରକାର

ଟାସ୍କଫୋର୍ସରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସଦସ୍ୟ ରହିବେ। ପଞ୍ଚାୟତିରାଜ ମନ୍ତ୍ରୀଙ୍କ ସହ ଅନ୍ୟ ବିଭାଗ ମନ୍ତ୍ରୀ, ମୁଖ୍ୟ ସଚିବ, ଉନ୍ନୟନ କମିଶନର, ବିଭାଗୀୟ ସଚିବ ପ୍ରମୁଖ ଟାସ୍କଫୋର୍ସ ସଦସ୍ୟ ରହିବେ।

ଦାଦନ ରୋକିବାକୁ ସ୍ୱତନ୍ତ୍ର ଟାସ୍କଫୋର୍ସ ଗଠନ କଲେ ସରକାର

ଦାଦନ ରୋକିବାକୁ ସ୍ୱତନ୍ତ୍ର ଟାସ୍କଫୋର୍ସ ଗଠନ କଲେ ରାଜ୍ୟ ସରକାର। ଦାଦନ ସମସ୍ୟାର ନିରାକରଣ ପାଇଁ ଦିଗଦର୍ଶନ ଦେବାକୁ ଟାସ୍କଫୋର୍ସ ଗଠିତ। ଦାଦନ ଜନିତ ବିସ୍ଥାପନ ଦୂର ପାଇଁ ଟାସ୍କଫୋର୍ସ ଗଠନ କଲେ ସରକାର। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏହି ସ୍ୱତନ୍ତ୍ର ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଗଠିତ ହୋଇଛି।

ଟାସ୍କଫୋର୍ସରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସଦସ୍ୟ ରହିବେ। ପଞ୍ଚାୟତିରାଜ ମନ୍ତ୍ରୀଙ୍କ ସହ ଅନ୍ୟ ବିଭାଗ ମନ୍ତ୍ରୀ, ମୁଖ୍ୟ ସଚିବ, ଉନ୍ନୟନ କମିଶନର, ବିଭାଗୀୟ ସଚିବ ପ୍ରମୁଖ ଟାସ୍କଫୋର୍ସ ସଦସ୍ୟ ରହିବେ। ଏହି ଟାସ୍କଫୋର୍ସ ଦାଦନ ସମସ୍ୟା ଦୂର କରିବାକୁ ବିଭିନ୍ନ କାର୍ଯ୍ୟପନ୍ଥା ସ୍ଥିର କରିବ। ସରକାରୀ ସଂସ୍ଥାମାନଙ୍କ ଦ୍ୱାରା ନିଆଯିବାକୁ ଥିବା ପଦକ୍ଷେପ ଗୁଡ଼ିକ ସୁପାରିଶ କରିବ। ଏହି ଟାସ୍କଫୋର୍ସ ପ୍ରତି ୬ ମାସରେ ଅନ୍ୟୁନ ଥରେ ବୈଠକ କରି ଦାଦନ ଦୂରୀକରଣ ଦିଗରେ ହୋଇଥିବା ପ୍ରଗତି ଓ ଆନୁସଙ୍ଗିକ ପ୍ରସଙ୍ଗ ଗୁଡ଼ିକର ସମୀକ୍ଷା କରିବ।