ଦାମଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ…
ଭୁବନେଶ୍ୱର,୨୨ା୩: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା […] The post ଦାମଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ… appeared first on Dharitri Odia News.
ଭୁବନେଶ୍ୱର,୨୨ା୩: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
ସୂଚନାଯୋଗ୍ୟ, ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ଭୋର୍ ୫ଟା ୨୩ରେ ଦାମଙ୍କର ପରଲୋକ ହୋଇଥିବା ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି।
ଦୀର୍ଘଦିନ ଧରି କିଡ୍ନୀଜନିତ ସମସ୍ୟାରେ ପୀଡ଼ିତ ଥିଲେ ଦାମ। ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ଏବଂ ସେଠାରେ ସେ ହୃଦ୍ଘାତର ଶିକାର ହୋଇଥିଲେ। ଏହାପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ତାଙ୍କ ବ୍ରେନ୍ ଡେଡ୍ ଥିବା ପୁଅ ସମ୍ବିତ ସୂଚନା ଦେଇଥିଲେ। ଆଜି ତାଙ୍କର ଦେହାନ୍ତ ହୋଇଛି।
The post ଦାମଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ… appeared first on Dharitri Odia News.