ଦାମଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୩: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ପାର୍ଥିବ ଶରୀର ଶଙ୍ଖଭବନରେ ପହଞ୍ଚିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶଙ୍ଖଭବନରେ ପହଞ୍ଚି ଦାମଙ୍କ ଶେଷ ଦର୍ଶନ କରିିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିସହିତ ବହୁ ବରିଷ୍ଠ ନେତା ଦାମଙ୍କ ଶେଷ ଦର୍ଶନ କରିଛନ୍ତି। ସୂଚନାଯୋଗ୍ୟ, ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ଭୋର୍‌ ୫ଟା ୨୩ରେ ଦାମଙ୍କର ପରଲୋକ ହୋଇଥିବା ନେଇ ପରିବାର ପକ୍ଷରୁ […] The post ଦାମଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ଦାମଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୩: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ପାର୍ଥିବ ଶରୀର ଶଙ୍ଖଭବନରେ ପହଞ୍ଚିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶଙ୍ଖଭବନରେ ପହଞ୍ଚି ଦାମଙ୍କ ଶେଷ ଦର୍ଶନ କରିିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିସହିତ ବହୁ ବରିଷ୍ଠ ନେତା ଦାମଙ୍କ ଶେଷ ଦର୍ଶନ କରିଛନ୍ତି।

ସୂଚନାଯୋଗ୍ୟ, ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ଭୋର୍‌ ୫ଟା ୨୩ରେ ଦାମଙ୍କର ପରଲୋକ ହୋଇଥିବା ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି।

ଦୀର୍ଘଦିନ ଧରି କିଡ୍‌ନୀଜନିତ ସମସ୍ୟାରେ ପୀଡ଼ିତ ଥିଲେ ଦାମ। ଗତ ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ଏବଂ ସେଠାରେ ସେ ହୃଦ୍‌ଘାତର ଶିକାର ହୋଇଥିଲେ। ଏହାପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ତାଙ୍କ ବ୍ରେନ୍‌ ଡେଡ୍‌ ଥିବା ପୁଅ ସମ୍ବିତ ସୂଚନା ଦେଇଥିଲେ।

The post ଦାମଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.