ଦାୟିତ୍ୱ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ପିତାମ୍ବର ଆଚାର୍ଯ୍ୟ
ଭୁବନେଶ୍ବର,୨୨।୭: ରାଜ୍ୟ ଆଡଭୋକେଟ ଜେନେରାଲ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପିତାମ୍ବର ଆଚାର୍ଯ୍ୟ ସୋମବାର ସନ୍ଧ୍ୟାରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପିତାମ୍ବର ଆଚାର୍ଯ୍ୟଙ୍କୁ ତାଙ୍କ ନୂତନ ଦାୟିତ୍ୱ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଆଚାର୍ଯ୍ୟଙ୍କ ଅଭିଜ୍ଞ ପରାମର୍ଶ ନ୍ୟାୟିକ କ୍ଷେତ୍ରରେ ରାଜ୍ୟର ସ୍ବାର୍ଥର ସୁରକ୍ଷା ଦିଗରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଏହି ସାକ୍ଷାତ ସମୟରେ ଆଇନ ମନ୍ତ୍ରୀ […] The post ଦାୟିତ୍ୱ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ପିତାମ୍ବର ଆଚାର୍ଯ୍ୟ appeared first on Dharitri Odia News.
ଭୁବନେଶ୍ବର,୨୨।୭: ରାଜ୍ୟ ଆଡଭୋକେଟ ଜେନେରାଲ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପିତାମ୍ବର ଆଚାର୍ଯ୍ୟ ସୋମବାର ସନ୍ଧ୍ୟାରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପିତାମ୍ବର ଆଚାର୍ଯ୍ୟଙ୍କୁ ତାଙ୍କ ନୂତନ ଦାୟିତ୍ୱ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।
ଆଚାର୍ଯ୍ୟଙ୍କ ଅଭିଜ୍ଞ ପରାମର୍ଶ ନ୍ୟାୟିକ କ୍ଷେତ୍ରରେ ରାଜ୍ୟର ସ୍ବାର୍ଥର ସୁରକ୍ଷା ଦିଗରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଏହି ସାକ୍ଷାତ ସମୟରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉପସ୍ଥିତ ଥିଲେ ।
The post ଦାୟିତ୍ୱ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ପିତାମ୍ବର ଆଚାର୍ଯ୍ୟ appeared first on Dharitri Odia News.