ଦିନକରେ ନିଷ୍ପତ୍ତି ବଦଳାଇଲେ ମୋହନ ସରକାର: କାଲି ଘୋଷଣା, ଆଜି ଓହରିଲେ
ଭୁବନେଶ୍ୱର,୨୧।୭: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ବଦଳାଇ ଦେବାର ଗୋଟିଏ ଦିନ ପରେ ୟୁ-ଟର୍ନ ନେଇଛନ୍ତି ରାଜ୍ୟ ସରକାର। ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି । ପୂର୍ବ ପରି ବିଜୁ ପଟ୍ଟନାୟକଙ୍କ ନାମରେ କ୍ରୀଡ଼ା ପୁରସ୍କାର ଦିଆଯିବ। ରାଜ୍ୟ ପ୍ରତି ବିଜୁ ପଟ୍ଟନାୟକଙ୍କ ଅନେକ ଅବଦାନ ରହିଛି। ମୋ ସରକାର ବରପୁତ୍ରଙ୍କୁ ସମ୍ମାନ ଦିଏ ବୋଲି ରବିବାର ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର […] The post ଦିନକରେ ନିଷ୍ପତ୍ତି ବଦଳାଇଲେ ମୋହନ ସରକାର: କାଲି ଘୋଷଣା, ଆଜି ଓହରିଲେ appeared first on Dharitri Odia News.
ଭୁବନେଶ୍ୱର,୨୧।୭: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ବଦଳାଇ ଦେବାର ଗୋଟିଏ ଦିନ ପରେ ୟୁ-ଟର୍ନ ନେଇଛନ୍ତି ରାଜ୍ୟ ସରକାର। ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି । ପୂର୍ବ ପରି ବିଜୁ ପଟ୍ଟନାୟକଙ୍କ ନାମରେ କ୍ରୀଡ଼ା ପୁରସ୍କାର ଦିଆଯିବ। ରାଜ୍ୟ ପ୍ରତି ବିଜୁ ପଟ୍ଟନାୟକଙ୍କ ଅନେକ ଅବଦାନ ରହିଛି। ମୋ ସରକାର ବରପୁତ୍ରଙ୍କୁ ସମ୍ମାନ ଦିଏ ବୋଲି ରବିବାର ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।
ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ବଦଳାଇ ଶନିବାର କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନ ଏଣିକି ‘ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ’ ନାମରେ ନାମିତ ହେବ ବୋଲି କୁହାଯାଇଥିଲା। ଏଥି ସହିତ ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ଏହି ସମ୍ମାନକୁ ନେଇ ନୂଆ ଗାଇଡ୍ଲାଇନ୍ ମଧ୍ୟ ଜାରି କରାଯାଇଥିଲା।
ସୂଚନାଯୋଗ୍ୟ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାର ଅମଳରେ ଏହି ପୁରସ୍କାର ଆରମ୍ଭ କରାଯାଇଥିଲା। ସେ ଏହି ପୁରସ୍କାର ତାଙ୍କ ପିତା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରିଥିଲେ। ପ୍ରତିବର୍ଷ ଅଗଷ୍ଟ ୨୯ ଜାତୀୟ କ୍ରୀଡ଼ା ଦିବସରେ ଏହି ପୁରସ୍କାର ପ୍ରଦାନ କରାଯାଏ। ମୋଟ ୫ଟି ବର୍ଗରେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଏ।
The post ଦିନକରେ ନିଷ୍ପତ୍ତି ବଦଳାଇଲେ ମୋହନ ସରକାର: କାଲି ଘୋଷଣା, ଆଜି ଓହରିଲେ appeared first on Dharitri Odia News.