ଦିନଟି ଭଲ ଫଳ ପ୍ରଦାନ କରିବ, ନୂତନ ବ୍ୟବସାୟ ଆରମ୍ଭ କଲେ ଶୁଭ ହେବ

ମେଷ- ଅଷ୍ଟମ ଚନ୍ଦ୍ର ଯୋଗୁଁ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ଆୟ ଠାରୁ  ବ୍ୟୟ ଅଧିକ ହେବ । ଅଙ୍ଗରେ ଆଘାତ ଲାଗିପାରେ । ମାନସିକ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ବନ୍ଧୁ ମିଳନ ହୋଇପାରେ । ଅନାବଶ୍ୟକ ବିବାଦର ପରିସ୍ଥିତି ସୃଷ୍ଟି ହୋଇପାରେ ।ବୃଷ- ବନ୍ଧୁ ସୁଖ ପ୍ରାପ୍ତ କରିବେ । ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି । ଭୂମି କ୍ରୟ କରିବେ । ବ୍ୟବସାୟରେ ସୁଫଳ ମିଳିବ । ଅଳଙ୍କାର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀମାନଙ୍କର ପାଠରେ ମନ ଲାଗିବ ନାହିଁ । ପ୍ରେମ ସମ୍ପର୍କରେ ନିଜକୁ ଭାଗ୍ୟଶାଳୀ ମନେ କରିବେ। ମିଥୁନ- ଷଷ୍ଠ ଚନ୍ଦ୍ର ଯୋଗୁଁ ଶୁଭ ଫଳ ପ୍ରାପ୍ତ ହେବ। ଦିନଟିରେ ଅଧିକ ଧନ ଉପାର୍ଜନର ସମ୍ଭାବନା ରହିଛି । ବିଦ୍ୟାର୍ଥୀମାନେ ପରିଶ୍ରମର ଫଳ ପ୍ରାପ୍ତି କରିବେ । ଚାଷ ଭଲ ହେବ । କାର୍ଯ୍ୟ କ୍ଷେତ୍ରରେ ଆଶାନୁସାରେ ସଫଳତା ପ୍ରାପ୍ତ ହେବ ।କର୍କଟ- ଚଲାପଥରେ ବାଧା ସୃଷ୍ଟି ହେବ । ଆର୍ଥିକ ଦୂରାବସ୍ଥା ଦେଖା ଦେବ । ଅର୍ଥ ବିଷୟରେ ଚିନ୍ତା କରିବେ । ବନ୍ଧୁଙ୍କ ସହ କିଛ ଦିନ ବିଶେଷ ଆଲୋଚନାରେ ଦିନରେ କଟିବ। ଦାମ୍ପତ୍ୟ ଜୀବନରେ ବିବାଦର ସମ୍ଭାବନା ଅଛି ।ସିଂହ- କାର୍ଯ୍ୟହାନି ହେବାର ଯଥେଷ୍ଟ ସମ୍ଭାବନା ରହିଛି । ସ୍ବାସ୍ଥ୍ୟାବସ୍ଥାରେ ଅବନତି ଦେଖା ଦେବ। ବ୍ୟସ୍ତତା ଭିତରେ ଦିନଟି କଟିବ ପରିଶ୍ରମର ଫଳ ବହୁତ ଭଲ ରହିବ। ଭବିଷ୍ୟତ ପାଇଁ କିଛି ବଡ଼ ନିଷ୍ପତ୍ତି ନେବେ । କୌଣସି ସ୍ଥାନରେ ବିବାଦୀୟ ପରିସ୍ଥିତି ସୃଷ୍

ଦିନଟି ଭଲ ଫଳ ପ୍ରଦାନ କରିବ, ନୂତନ ବ୍ୟବସାୟ ଆରମ୍ଭ କଲେ ଶୁଭ ହେବ

ମେଷ- ଅଷ୍ଟମ ଚନ୍ଦ୍ର ଯୋଗୁଁ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ଆୟ ଠାରୁ  ବ୍ୟୟ ଅଧିକ ହେବ । ଅଙ୍ଗରେ ଆଘାତ ଲାଗିପାରେ । ମାନସିକ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ବନ୍ଧୁ ମିଳନ ହୋଇପାରେ । ଅନାବଶ୍ୟକ ବିବାଦର ପରିସ୍ଥିତି ସୃଷ୍ଟି ହୋଇପାରେ ।

ବୃଷ- ବନ୍ଧୁ ସୁଖ ପ୍ରାପ୍ତ କରିବେ । ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି । ଭୂମି କ୍ରୟ କରିବେ । ବ୍ୟବସାୟରେ ସୁଫଳ ମିଳିବ । ଅଳଙ୍କାର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀମାନଙ୍କର ପାଠରେ ମନ ଲାଗିବ ନାହିଁ । ପ୍ରେମ ସମ୍ପର୍କରେ ନିଜକୁ ଭାଗ୍ୟଶାଳୀ ମନେ କରିବେ।

 ମିଥୁନ- ଷଷ୍ଠ ଚନ୍ଦ୍ର ଯୋଗୁଁ ଶୁଭ ଫଳ ପ୍ରାପ୍ତ ହେବ। ଦିନଟିରେ ଅଧିକ ଧନ ଉପାର୍ଜନର ସମ୍ଭାବନା ରହିଛି । ବିଦ୍ୟାର୍ଥୀମାନେ ପରିଶ୍ରମର ଫଳ ପ୍ରାପ୍ତି କରିବେ । ଚାଷ ଭଲ ହେବ । କାର୍ଯ୍ୟ କ୍ଷେତ୍ରରେ ଆଶାନୁସାରେ ସଫଳତା ପ୍ରାପ୍ତ ହେବ ।

କର୍କଟ- ଚଲାପଥରେ ବାଧା ସୃଷ୍ଟି ହେବ । ଆର୍ଥିକ ଦୂରାବସ୍ଥା ଦେଖା ଦେବ । ଅର୍ଥ ବିଷୟରେ ଚିନ୍ତା କରିବେ । ବନ୍ଧୁଙ୍କ ସହ କିଛ ଦିନ ବିଶେଷ ଆଲୋଚନାରେ ଦିନରେ କଟିବ। ଦାମ୍ପତ୍ୟ ଜୀବନରେ ବିବାଦର ସମ୍ଭାବନା ଅଛି ।

ସିଂହ- କାର୍ଯ୍ୟହାନି ହେବାର ଯଥେଷ୍ଟ ସମ୍ଭାବନା ରହିଛି । ସ୍ବାସ୍ଥ୍ୟାବସ୍ଥାରେ ଅବନତି ଦେଖା ଦେବ। ବ୍ୟସ୍ତତା ଭିତରେ ଦିନଟି କଟିବ ପରିଶ୍ରମର ଫଳ ବହୁତ ଭଲ ରହିବ। ଭବିଷ୍ୟତ ପାଇଁ କିଛି ବଡ଼ ନିଷ୍ପତ୍ତି ନେବେ । କୌଣସି ସ୍ଥାନରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ ।

କନ୍ୟା- ଭ୍ରମଣର ଯୋଗ ରହିଛି । କୌଣସି ଉଚ୍ଚ ସ୍ଥାନରୁ ସମ୍ମାନ ପ୍ରାପ୍ତି ହୋଇ ପାରେ ।  ଲାଗି ରହିଥିବା ମାଲି ମକୋଦ୍ଦାମାର ଅନ୍ତ ଘଟିବ । ପରିବାରରେ ସୁଖ ଶାନ୍ତି ଲାଗି ରହିବ । ସରକାରୀ ଚାକିରିରେ ସ୍ଥାନ ପରିବର୍ତ୍ତନର ଯୋଗ ରହିଛି ।

ତୁଳା- ଅର୍ଥ ବ୍ୟୟ ହେବ। ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚାନ୍ତ ହୋଇ ମାନସିକ ଚିନ୍ତାରେ ରହିବେ । କୌଣସି କାର୍ଯ୍ୟ ପାଇଁ ଅଧିକ ଅପେକ୍ଷା କରିବାକୁ ପଡ଼ିବ । ଶୀଘ୍ର ନିଷ୍ପତ୍ତି ନେବା ଠାରୁ ଦୂରେଇ ରହିବା ଉଚିତ ।   ପ୍ରେମ ସମ୍ପର୍କରେ ଦୃଢ଼ତା ଆସିବ । 

ବିଛା- ବିଛା ରାଶିକୁ ଶ୍ରୀ ଚନ୍ଦ୍ର । ଦିନଟି ଭଲ ଫଳ ପ୍ରଦାନ କରିବ । ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ରହିଛି । ନୂତନ ବ୍ୟବସାୟ ଆରମ୍ଭ କଲେ ଶୁଭ ହେବ । ଦାମ୍ପତ୍ତ୍ୟ ଜୀବନ ସୁଖମୟ ହେବ  । ପରିବାରର ସହଯୋଗ ମିଳିବ ।

ଧନୁ- ଦ୍ଵାଦଶ ଚନ୍ଦ୍ର ଯୋଗୁଁ ବ୍ୟୟ ବୃଦ୍ଧି ହେବେ। ଆଳସ୍ୟତା ଗ୍ରାସ କରିବ। ମାନସିକ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ପରିବାରରେ ସମନ୍ୱୟ ରକ୍ଷା କରିବାକୁ ଚେଷ୍ଟା କରନ୍ତୁ । ବନ୍ଧୁ ମିଳନ ହୋଇପାରେ । ଅନାବଶ୍ୟକ କଳହରୁ ଦୂରେଇ ରୁହନ୍ତୁ ।

ମକର- ଏକାଦଶ ଚନ୍ଦ୍ର ଯୋଗୁଁ ଅଧିକ ଆୟର ଯୋଗ ରହିବ । ଗୃହରେ କିଛି ନୂତନ ଶୁଭ କାର୍ଯ୍ୟାରମ୍ଭ ହେବ । ସର୍ବ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ରାଜନୀତିରେ ପଦୋନ୍ନତିର ଯୋଗ ରହିଛି । ନୂଆ ଚାକିରି ମିଳିପାରେ।

କୁମ୍ଭ- ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବ । ଗୃହକୁ ବନ୍ଧୁଙ୍କ ଆଗମନ ହେବ । କାର୍ଯ୍ୟ ସଂପୂର୍ଣ୍ଣ ହୋଇଯିବାରୁ ମନ ପ୍ରଫୁଲ୍ଲ ରହିବ । ଧନ ଆଗମନର ସୂଚନା ରହିଛି । ବ୍ୟବସାୟ ଆଗକୁ ବଢ଼ିବ । କର୍ମ କ୍ଷେତ୍ରରେ ସହଯୋଗ ଓ ଶିକ୍ଷା କ୍ଷେତ୍ରରେ ସଫଳତାର ଯୋଗ ରହିଛି ।

ମୀନ- ପରିବାରରେ ବାଦ ବିବାଦ ଦେଖାଦେଇପାରେ। ମାନହାନି ହେବାର ସମ୍ଭାବନା ରହିଛି । ଦାମ୍ପତ୍ୟ ଜୀବନରେ ଦୁଃଖ ଆସିବ । ସନ୍ତାନଙ୍କୁ ନେଇ ଚିନ୍ତାରେ ରହିବେ । ଯାନ ବାହାନରେ ସତର୍କତା ଅବଲମ୍ବନ କରନ୍ତୁ । ଅଙ୍ଗରେ ଆଘାତ ଲାଗି ପାରେ ।