ଦିନେ ବଢିଲା କଟକ ବାଲିଯାତ୍ରା ଅବଧି, ନବମ ଦିବସରେ ହେବ ଉଦ୍ଯାପନ
କଟକ: ଲୋକଙ୍କ ଆଗ୍ରହ ଓ ଉତ୍ସାହକୁ ଦୃଷ୍ଟିରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଐତିହାସିକ ବାଲିଯାତ୍ରା ଅବଧିକୁ ଆଉ ଏକ ଦିନ ବୃଦ୍ଧି କରିଛନ୍ତି। ଚଳିତ ନଭେମ୍ବର ୧୫ କାର୍ତ୍ତିକ ପୂର୍ଣ୍ଣିମାଠାରୁ ୮ଦିନ ପର୍ଯ୍ୟନ୍ତ ଆୟୋଜିତ ଏହି ମହୋତ୍ସବ ଏବେ ନବମ ଦିବସରେ ଉଦ୍ଯାପନ ହେବ।ସିଏମ୍ଓ ପକ୍ଷରୁ ସାମାଜିକ ଗଣମାଧ୍ୟମ ଏକ୍ସରେ ପୋଷ୍ଟ କରି କୁହାଯାଇଛି ଯେ, ଲୋକଙ୍କ ଆଗ୍ରହ ଓ ଉତ୍ସାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଐତିହାସିକ ବାଲିଯାତ୍ରା ଅବଧିକୁ ଆଉ ଏକ ଦିନ ବୃଦ୍ଧି କରିଛନ୍ତି। ଚଳିତ ନଭେମ୍ବର ୧୫ କାର୍ତ୍ତିକ ପୂର୍ଣ୍ଣିମାଠାରୁ ୮ଦିନ ପର୍ଯ୍ୟନ୍ତ ଆୟୋଜିତ ଏହି ମହୋତ୍ସବ ନବମ ଦିବସରେ ଉଦ୍ଯାପନ ହେବ।ଐତିହାସିକ କଟକ ବାଲିଯାତ୍ରାକୁ ନଭେମ୍ବର ୧୫ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଥିଲେ। । ବାଲିଯାତ୍ରାକୁ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ମାନ୍ୟତା ଦେବା ପ୍ରକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ ସହ ୧୩ଟି ଦେଶର ରାଷ୍ଟ୍ରଦୂତ ଓ ବୈଦେଶିକ ବ୍ୟାପାର ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ। ଉଦ୍ଘାଟନୀ ଉତ୍ସବରେ ଶ୍ରୀଲଙ୍କା, ବାଂଲାଦେଶ, ଥାଇଲାଣ୍ଡ, ଲାଓ ପିଡିଆର, ଭୁଟାନ, ସିଙ୍ଗାପୁର, ନେପାଳ, ମାଲେସିଆ, ଇଣ୍ଡୋନେସିଆ, ନାଉରୁ, ସୋଲୋମନ ଆଇଲାଣ୍ଡ, ନ୍ୟୁଜିଲାଣ୍ଡ, ଭିଜି, ଟିମୋର ଲେସେ ଓ ବୁର୍ଣ୍ଣେଇର ରାଷ୍ଟ୍ରଦୂତ ଓ ହାଇକମିସନର ଯୋଗଦେଇଥିଲେ।
କଟକ: ଲୋକଙ୍କ ଆଗ୍ରହ ଓ ଉତ୍ସାହକୁ ଦୃଷ୍ଟିରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଐତିହାସିକ ବାଲିଯାତ୍ରା ଅବଧିକୁ ଆଉ ଏକ ଦିନ ବୃଦ୍ଧି କରିଛନ୍ତି। ଚଳିତ ନଭେମ୍ବର ୧୫ କାର୍ତ୍ତିକ ପୂର୍ଣ୍ଣିମାଠାରୁ ୮ଦିନ ପର୍ଯ୍ୟନ୍ତ ଆୟୋଜିତ ଏହି ମହୋତ୍ସବ ଏବେ ନବମ ଦିବସରେ ଉଦ୍ଯାପନ ହେବ।
ସିଏମ୍ଓ ପକ୍ଷରୁ ସାମାଜିକ ଗଣମାଧ୍ୟମ ଏକ୍ସରେ ପୋଷ୍ଟ କରି କୁହାଯାଇଛି ଯେ, ଲୋକଙ୍କ ଆଗ୍ରହ ଓ ଉତ୍ସାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଐତିହାସିକ ବାଲିଯାତ୍ରା ଅବଧିକୁ ଆଉ ଏକ ଦିନ ବୃଦ୍ଧି କରିଛନ୍ତି। ଚଳିତ ନଭେମ୍ବର ୧୫ କାର୍ତ୍ତିକ ପୂର୍ଣ୍ଣିମାଠାରୁ ୮ଦିନ ପର୍ଯ୍ୟନ୍ତ ଆୟୋଜିତ ଏହି ମହୋତ୍ସବ ନବମ ଦିବସରେ ଉଦ୍ଯାପନ ହେବ।
ଐତିହାସିକ କଟକ ବାଲିଯାତ୍ରାକୁ ନଭେମ୍ବର ୧୫ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଥିଲେ। । ବାଲିଯାତ୍ରାକୁ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ମାନ୍ୟତା ଦେବା ପ୍ରକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ ସହ ୧୩ଟି ଦେଶର ରାଷ୍ଟ୍ରଦୂତ ଓ ବୈଦେଶିକ ବ୍ୟାପାର ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ। ଉଦ୍ଘାଟନୀ ଉତ୍ସବରେ ଶ୍ରୀଲଙ୍କା, ବାଂଲାଦେଶ, ଥାଇଲାଣ୍ଡ, ଲାଓ ପିଡିଆର, ଭୁଟାନ, ସିଙ୍ଗାପୁର, ନେପାଳ, ମାଲେସିଆ, ଇଣ୍ଡୋନେସିଆ, ନାଉରୁ, ସୋଲୋମନ ଆଇଲାଣ୍ଡ, ନ୍ୟୁଜିଲାଣ୍ଡ, ଭିଜି, ଟିମୋର ଲେସେ ଓ ବୁର୍ଣ୍ଣେଇର ରାଷ୍ଟ୍ରଦୂତ ଓ ହାଇକମିସନର ଯୋଗଦେଇଥିଲେ।