ଦିଲ୍ଲୀ ବଳାତ୍କାର ଘଟଣାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୧୦(ସୁନୀତ କୁମାର ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ନୂଆଦିଲ୍ଲୀ ଗସ୍ତ ସମୟରେ ରାଜଧାନୀ ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ସମୀକ୍ଷା କରିଛନ୍ତି। ପୀଡ଼ିତାଙ୍କ ସ୍ବାସ୍ଥ୍ୟବସ୍ଥା ଓ ସୁସ୍ଥତା, ଦିଲ୍ଲୀ ପୋଲିସ ଦ୍ୱାରା ଚାଲିଥିବା ତଦନ୍ତର ଅଗ୍ରଗତି ଆଦି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମାଝୀ ପୁଙ୍ଖାନୁପଙ୍ଖ ସମୀକ୍ଷା କରିଛନ୍ତି। ଏହି ଅବସରରେ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା(ଆଇଜି, ସିଏଡବ୍ଲ୍ୟୁ ଓ ସିଡବ୍ଲୁ) ଏସ୍‌ ସାଇନି ଏହି ମାମଲାର ଅଗ୍ରଗତି […] The post ଦିଲ୍ଲୀ ବଳାତ୍କାର ଘଟଣାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ଦିଲ୍ଲୀ ବଳାତ୍କାର ଘଟଣାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୧୦(ସୁନୀତ କୁମାର ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ନୂଆଦିଲ୍ଲୀ ଗସ୍ତ ସମୟରେ ରାଜଧାନୀ ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ସମୀକ୍ଷା କରିଛନ୍ତି। ପୀଡ଼ିତାଙ୍କ ସ୍ବାସ୍ଥ୍ୟବସ୍ଥା ଓ ସୁସ୍ଥତା, ଦିଲ୍ଲୀ ପୋଲିସ ଦ୍ୱାରା ଚାଲିଥିବା ତଦନ୍ତର ଅଗ୍ରଗତି ଆଦି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମାଝୀ ପୁଙ୍ଖାନୁପଙ୍ଖ ସମୀକ୍ଷା କରିଛନ୍ତି। ଏହି ଅବସରରେ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା(ଆଇଜି, ସିଏଡବ୍ଲ୍ୟୁ ଓ ସିଡବ୍ଲୁ) ଏସ୍‌ ସାଇନି ଏହି ମାମଲାର ଅଗ୍ରଗତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସମସ୍ତ ସୂଚନା ପ୍ରଦାନ କରିଥିଲେ।
ଉଲ୍ଲେଖଯୋଗ୍ୟଯେ, ରାଜ୍ୟ ସରକାରଙ୍କ ସହଯୋଗରେ ପୀଡିତାଙ୍କ ପରିବାର ସଦସ୍ୟ ସେଠାରେ ଉପସ୍ଥିତ ରହିଛନ୍ତି। ଉକ୍ତ ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଚିହ୍ନଟ କରାଯିବା ସହ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଓଡିଶା ପୋଲିସର ବରିଷ୍ଠ ପୋଲିସ ଅଧିକାରୀଗଣ ଦିଲ୍ଲୀ ପୋଲିସ ସହ ଯୋଗାଯୋଗରେ ରହିଛନ୍ତି।

The post ଦିଲ୍ଲୀ ବଳାତ୍କାର ଘଟଣାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.