ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେଖା ଗୁପ୍ତା
ନୂଆଦିଲ୍ଲୀ : ଆଜିଠୁ ଦିଲ୍ଲୀରେ ଚାଲିବ ରେଖାଙ୍କ ରାଜ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେଖା ଗୁପ୍ତା।... The post ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେଖା ଗୁପ୍ତା appeared first on .
ନୂଆଦିଲ୍ଲୀ : ଆଜିଠୁ ଦିଲ୍ଲୀରେ ଚାଲିବ ରେଖାଙ୍କ ରାଜ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେଖା ଗୁପ୍ତା। ପରବେଶ ବର୍ମା ହେବେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ। ସେହିପରି ବିଜେନ୍ଦ୍ର ଗୁପ୍ତା ହେବେ ବାଚସ୍ପତି। ଦିଲ୍ଲୀର ରାମଲୀଳା ମଇଦାନରେ ଦିନ ସାଢେ ୧୨ଟାରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଦିଲ୍ଲୀ ଉପ-ରାଜ୍ୟପାଳ ମନ୍ତ୍ରିମଣ୍ଡଳକୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଶପଥ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ସହ ବିଜେପିର ବହୁ ବରିଷ୍ଠ ନେତା ସାମିଲ ହେବେ। ରାମଲୀଳା ମଇଦାନରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ଏବଂ ମେଟାଲ ଡିଟେକ୍ଟର ଲଗାଯାଉଛି। ପ୍ରବେଶ ପାଇଁ ତିଆରି ହୋଇଥିବା ସମସ୍ତ ଫାଟକରେ ୧୦-୧୦ଟି ମେଟାଲ୍ ଡିଟେକ୍ଟର ଲଗାଯାଇଛି । ଶାଲିମାର ବାଗ ଆସନରୁ ବିଧାୟିକା ଭାବେ ନିର୍ବାଚିତ ହୋଇଛନ୍ତି ରେଖା ଗୁପ୍ତା। ପ୍ରଥମ ଥର ବିଧାୟିକା ଭାବେ ନିର୍ବାଚିତ ହୋଇଛନ୍ତି। ଶାଲିମାର ବାଗ ବିଧାନସଭା ଆସନରେ ରେଖା ଗୁପ୍ତା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଆପ୍ର ବନ୍ଦନା କୁମାରୀଙ୍କୁ ୨୯ ହଜାରରୁ ଅଧିକ ଭୋଟ୍ରେ ପରାସ୍ତ କରିଥିଲେ। ରେଖା ଗୁପ୍ତାଙ୍କୁ ୬୮ ହଜାର ୨୦୦ ଖଣ୍ଡ ଭୋଟ୍ ମିଳିଥିବା ବେଳେ, ବନ୍ଦନା କୁମାରୀଙ୍କୁ ୩୮ ହଜାର ୬୦୫ ଖଣ୍ଡ ଭୋଟ୍ ମିଳିଥିଲା। ସେହିପରି କଂଗ୍ରେସ ପ୍ରାର୍ଥୀ ପ୍ରବୀଣ ଜୈନଙ୍କୁ ମାତ୍ର ୪ ହଜାର ୮୯୨ ଖଣ୍ଡ ଭୋଟ୍ ମିଳିଥିଲା। ୧୯୭୪ ମସିହାରେ ଜନ୍ମ ହୋଇଥିବା ରେଖା ଗୁପ୍ତା ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦର ସାଧାରଣ ସଂପାଦକ ଓ ସଭାପତି ଭାବେ ନିର୍ବାଚିତ ହୋଇଥିଲେ। ସେ ୧୯୯୬ରୁ ୧୯୯୭ ପର୍ଯ୍ୟନ୍ତ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦର ସଭାପତି ରହିଥିଲେ। ୨୦୦୭ରେ ସେ ଉତ୍ତର ପୀତମପୁରାରୁ ଦିଲ୍ଲୀ ମହାନଗର ନିଗମକୁ ନିର୍ବାଚିତ ହୋଇଥିଲେ। ୨୦୧୨ରେ ସେ ପୁଣି ଥରେ ଦିଲ୍ଲୀ ମହାନଗର ନିଗମକୁ ନିର୍ବାଚିତ ହୋଇଥିଲେ। ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜେପିକୁ ୪୮ ଆସନ ମିଳିଥିବା ବେଳେ, ମାତ୍ର ୨୨ ଆସନ ଆମ୍ ଆଦମୀ ପାର୍ଟିକୁ ମିଳିଛି।
The post ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେଖା ଗୁପ୍ତା appeared first on .