ଦୀଘା ଜଗନ୍ନାଥ ଧାମ ନାମ ପ୍ରସଙ୍ଗରେ ପ୍ରତିକ୍ରିୟା ରଖଲେ ଶଙ୍କରାଚାର୍ଯ୍ୟ

ଭୁବନେଶ୍ୱର,୬।୫: ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ କୁହାଯିବା ପ୍ରସଙ୍ଗକୁ ନେଇ ବିବାଦ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଦୀଘା ଜଗନ୍ନାଥ ଧାମ ନାମ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଜ୍ୟୋତିର୍ମଠ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ବରନନ୍ଦ ସରସ୍ବତୀ। ଦୀଘା ପାଇଁ ଧାମ ଶବ୍ଦ ବ୍ୟବହାର କରାଯିବା ଉଚିତ ନୁହେଁ। ମହାପ୍ରଭୁ ଜଗନ୍ନାଥଙ୍କର କେବଳ ଗୋଟିଏ ଧାମ, ତାହା ପୁରୀ। ଏକ ଧାମ କେବଳ ଗୋଟିଏ ସ୍ଥାନରେ ରହିପାରିବ। ଦୀଘା ଜଗନ୍ନାଥ ମନ୍ଦିରକୁ ଧାମ କହିବା ଠିକ ନୁହେଁ ବୋଲି […] The post ଦୀଘା ଜଗନ୍ନାଥ ଧାମ ନାମ ପ୍ରସଙ୍ଗରେ ପ୍ରତିକ୍ରିୟା ରଖଲେ ଶଙ୍କରାଚାର୍ଯ୍ୟ appeared first on Dharitri Odia News.

ଦୀଘା ଜଗନ୍ନାଥ ଧାମ ନାମ ପ୍ରସଙ୍ଗରେ ପ୍ରତିକ୍ରିୟା ରଖଲେ ଶଙ୍କରାଚାର୍ଯ୍ୟ

ଭୁବନେଶ୍ୱର,୬।୫: ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ କୁହାଯିବା ପ୍ରସଙ୍ଗକୁ ନେଇ ବିବାଦ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଦୀଘା ଜଗନ୍ନାଥ ଧାମ ନାମ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଜ୍ୟୋତିର୍ମଠ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ବରନନ୍ଦ ସରସ୍ବତୀ।

ଦୀଘା ପାଇଁ ଧାମ ଶବ୍ଦ ବ୍ୟବହାର କରାଯିବା ଉଚିତ ନୁହେଁ। ମହାପ୍ରଭୁ ଜଗନ୍ନାଥଙ୍କର କେବଳ ଗୋଟିଏ ଧାମ, ତାହା ପୁରୀ। ଏକ ଧାମ କେବଳ ଗୋଟିଏ ସ୍ଥାନରେ ରହିପାରିବ। ଦୀଘା ଜଗନ୍ନାଥ ମନ୍ଦିରକୁ ଧାମ କହିବା ଠିକ ନୁହେଁ ବୋଲି ଶଙ୍କରାଚାର୍ଯ୍ୟ ଗଣମାଧ୍ୟମକୁ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି।

ସେହିପରି ପୁରୀ ଗଜପତି ମହାରାଜା ସୋମବାର ଏକ ପ୍ରେସ ରିଲିଜ ଜରିଆରେ ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ ବୋଲି ସ୍ପଷ୍ଟ କରିଥିଲେ। ଏପରକି ଦୀଘା ଜଗନ୍ନାଥ ମନ୍ଦିରକୁ ଶ୍ରୀପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର କୁହାଯାଇ ପାରିବ ନାହିଁ ବୋଲି ଗଜପତି ମତ ରଖିଛନ୍ତି। ଶ୍ରୀବିଗ୍ରହଙ୍କୁ ଅନ୍ୟ କୌଣସି ଧାତୁ ବା ଶୀଳାରେ ନିର୍ମାଣ କରି ପୂଜା କରିବା ଉଚିତ ନୁହେଁ ବୋଲି ଗଜପତି ପ୍ରେସ ରିଲିଜ ଜରିଆରେ ସୂଚନା ଦେଇଛନ୍ତି।

The post ଦୀଘା ଜଗନ୍ନାଥ ଧାମ ନାମ ପ୍ରସଙ୍ଗରେ ପ୍ରତିକ୍ରିୟା ରଖଲେ ଶଙ୍କରାଚାର୍ଯ୍ୟ appeared first on Dharitri Odia News.