ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡ

ବ୍ରହ୍ମପୁର,୩ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌-୧ ଡ. ଇନ୍ଦୁ ଶର୍ମା ଗୁରୁବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଜଜ୍‌ ଦୁଇଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଖାରିଆଗୁମାର ସୁସ୍ଥିର ପାଲ(୩୨) ଓ ସଂଜୀବ ପାଲ(୨୬)। ଉଭୟ ଅଭିଯୁକ୍ତଙ୍କୁ ପ୍ରତ୍ୟେକ ୧୦ ବର୍ଷ ଲେଖାଏ କାରାଦଣ୍ଡରେ ଦଣ୍ଡିତ କରିବା ପାଇଁ ଜଜ୍‌ ତାଙ୍କ ରାୟରେ […] The post ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡ appeared first on Dharitri Odia News.

ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡ

ବ୍ରହ୍ମପୁର,୩ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌-୧ ଡ. ଇନ୍ଦୁ ଶର୍ମା ଗୁରୁବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଜଜ୍‌ ଦୁଇଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।

ସେମାନେ ହେଲେ ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଖାରିଆଗୁମାର ସୁସ୍ଥିର ପାଲ(୩୨) ଓ ସଂଜୀବ ପାଲ(୨୬)। ଉଭୟ ଅଭିଯୁକ୍ତଙ୍କୁ ପ୍ରତ୍ୟେକ ୧୦ ବର୍ଷ ଲେଖାଏ କାରାଦଣ୍ଡରେ ଦଣ୍ଡିତ କରିବା ପାଇଁ ଜଜ୍‌ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଏନେଇ ସରକାର ନିଜ ପକ୍ଷରୁ ମାମଲା ପରିଚାଳନା କରୁଥିବା ସ୍ବତନ୍ତ୍ର ପିପି ନରେଶ ପ୍ରସାଦ ପାତ୍ର ସୂଚନା ଦେଇଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ, ୨୦୨୩ ଅଗଷ୍ଟ ୨୧ରେ ଅବକାରୀ ଗୋଇନ୍ଦା ଫାଷ୍ଟ୍‌ଗେଟ୍‌ରୁ ଏକ କାର୍‌ରୁ ୫୦କେଜି ଗଞ୍ଜେଇ ଜବତ କରିଥିଲା। ଉକ୍ତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତତ୍କାଳୀନ ଗୋଇନ୍ଦା ଇନ୍ସପେକ୍ଟର ତଥା ତଦନ୍ତ ଅଧିକାରୀ ହୃଦୟ ଚନ୍ଦ୍ର ସାମନ୍ତ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଥିଲେ। ୩ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଜଜ୍‌ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି।

The post ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡ appeared first on Dharitri Odia News.