ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ
ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୭ ଯୋଡି ବରକନ୍ୟାଙ୍କ ବିବାହ ହୋଇଥିଲା। ସ୍ଥାନୀୟ ଆମ୍ବେଦକର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମହାତ୍ମା ଜ୍ୟୋତିରାଓ ଫୁଲେଙ୍କ ଜୟନ୍ତୀ ପାଳନ ଅବସରରେ ଆୟୋଜିତ ଏହି ଆଦର୍ଶ ଗଣବିବାହରେ ହରଦୀପ ସିଂ ସସ୍ତ୍ରୀକ କନ୍ୟାପକ୍ଷ ମାତାପିତା ଏବଂ ଶ୍ରୀହରି ନାଗ ବରପକ୍ଷ […] The post ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ appeared first on Dharitri Odia News.
ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୭ ଯୋଡି ବରକନ୍ୟାଙ୍କ ବିବାହ ହୋଇଥିଲା।
ସ୍ଥାନୀୟ ଆମ୍ବେଦକର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମହାତ୍ମା ଜ୍ୟୋତିରାଓ ଫୁଲେଙ୍କ ଜୟନ୍ତୀ ପାଳନ ଅବସରରେ ଆୟୋଜିତ ଏହି ଆଦର୍ଶ ଗଣବିବାହରେ ହରଦୀପ ସିଂ ସସ୍ତ୍ରୀକ କନ୍ୟାପକ୍ଷ ମାତାପିତା ଏବଂ ଶ୍ରୀହରି ନାଗ ବରପକ୍ଷ ମାତାପିତା ଦାୟିତ୍ୱ ନିର୍ବାହ କରିଥିଲେ। କାର୍ଯ୍ୟକ୍ରମର ସଂସ୍ଥାପକ ପବିତ୍ର ଦେହେରୀଙ୍କ ସମେତ ଆମ୍ବେଦକର ଚାରିଟେବୁଲ ଟ୍ରଷ୍ଟ ଏବଂ ସମ୍ବିଧାନ ସୁରକ୍ଷା ମଞ୍ଚର କର୍ମକର୍ତ୍ତା ଏବଂ ସଦସ୍ୟମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସେହିପରି ବରଗଡ଼ ନାଗରିକ ମଞ୍ଚ ସମେତ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା, ସଦସ୍ୟମାନେ ଉପସ୍ଥିତ ରହି ନବଦମ୍ପତିଙ୍କୁ ଆଶିିର୍ବାଦ ପ୍ରଦାନ କରିଥିଲେ।
The post ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ appeared first on Dharitri Odia News.