ଦୁଇଦିନ ଘନକୁହୁଡ଼ି: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୩ା୨: ରାଜ୍ୟରେ ଆସନ୍ତା ୨ ଦିନ ଘନକୁହୁଡ଼ି ଜାରି ରହିବ। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲାରେ ଘନକୁହୁଡ଼ି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ନୟାଗଡ଼, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କଟକ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ଖୋର୍ଦ୍ଧା ଏବଂ ପୁରୀ ଜିଲାର କେତେକ ସ୍ଥାନରେ ଘନକୁହୁଡ଼ି ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି […] The post ଦୁଇଦିନ ଘନକୁହୁଡ଼ି: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ appeared first on Dharitri Odia News.
ଭୁବନେଶ୍ୱର,୩ା୨: ରାଜ୍ୟରେ ଆସନ୍ତା ୨ ଦିନ ଘନକୁହୁଡ଼ି ଜାରି ରହିବ। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲାରେ ଘନକୁହୁଡ଼ି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ନୟାଗଡ଼, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କଟକ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ଖୋର୍ଦ୍ଧା ଏବଂ ପୁରୀ ଜିଲାର କେତେକ ସ୍ଥାନରେ ଘନକୁହୁଡ଼ି ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ୫ ତାରିଖରେ କନ୍ଧମାଳ, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ନୟାଗଡ଼ ଏବଂ କଟକ ଜିଲାର କେତେକ ସ୍ଥାନରେ ପ୍ରବଳ କୁହୁଡି ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହି ସବୁ ଜିଲାରେ ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିବ।
The post ଦୁଇଦିନ ଘନକୁହୁଡ଼ି: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ appeared first on Dharitri Odia News.