ଦୁର୍ଘଟଣା ପରେ ଜଳିଗଲା ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍
ଉଦଳା,୧୯।୧୧: ମୟୁରଭଞ୍ଜ ଜିଲା ଉଦଳା ଥାନା ପୋଡ଼ାଡ଼ିହାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳି ଯାଇଛି। ଫଳରେ ଗୋଟିଏ ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ୪ ଗୋରୁଙ୍କୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇଛି। ମିଳିଥିବା ସୂଚନା ମୁତାବକ, ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ଟି ଉଦଳା ଥାନା ପୋଡ଼ାଡ଼ିହାଠାରେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡିଥିଲା। ଫଳରେ ପିକଅପ୍ ଭ୍ୟାନରେ ନିଆଁ ଲାଗି ଗୋଟିଏ […] The post ଦୁର୍ଘଟଣା ପରେ ଜଳିଗଲା ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ appeared first on Dharitri Odia News.
ଉଦଳା,୧୯।୧୧: ମୟୁରଭଞ୍ଜ ଜିଲା ଉଦଳା ଥାନା ପୋଡ଼ାଡ଼ିହାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳି ଯାଇଛି। ଫଳରେ ଗୋଟିଏ ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ୪ ଗୋରୁଙ୍କୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇଛି।
ମିଳିଥିବା ସୂଚନା ମୁତାବକ, ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ଟି ଉଦଳା ଥାନା ପୋଡ଼ାଡ଼ିହାଠାରେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡିଥିଲା। ଫଳରେ ପିକଅପ୍ ଭ୍ୟାନରେ ନିଆଁ ଲାଗି ଗୋଟିଏ ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ୪ ଗୋରୁଙ୍କୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ଅନ୍ୟପକ୍ଷେ ଗାଡ଼ି ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡିଛି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ପିକଅପ୍ ଭ୍ୟାନ୍ରେ ୮ ଗୋରୁ ଥିବା ଜଣାପଡିଛି।
The post ଦୁର୍ଘଟଣା ପରେ ଜଳିଗଲା ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ appeared first on Dharitri Odia News.