ଦୁର୍ଘଟଣାରେ ଆମ୍ବୁଲାନ୍ସ ଚୁର୍‌ମାର୍‌

କେନ୍ଦୁଝର,୧୭।୪(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ବନାଯୋଡି ଟୋଲ ପ୍ଲାଜା ନିକଟରେ ବୁଧବାର ସକାଳ ୫ଟାରେ ଏକ ଛିଡା ହୋଇଥିବା ଟ୍ରକ ପଛରେ ଏକ ଓମିନି ଆମ୍ବୁଲାନ୍ସ ନିୟନ୍ତ୍ରଣ ହରାଇ ପିଟି ହୋଇଛି। ଫଳରେ ଗାଡି ସାମ୍ନା ଭାଗ ଚୁରମାର ହୋଇଯାଉଥିାବେଳେ ଚାଳକ ଭିତରେ ଚାପି ହୋଇ ରହିଯାଇଥିଲେ। ସ୍ଥାନୀୟ ଲୋକେ ଗୁରୁତରଙ୍କୁ ଉଦ୍ଧାର କରି ଟୋଲଗେଟ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ସୂଚନା ଅନୁସାରେ, ଚମ୍ପୁଆରୁ […] The post ଦୁର୍ଘଟଣାରେ ଆମ୍ବୁଲାନ୍ସ ଚୁର୍‌ମାର୍‌ appeared first on Dharitri Odia News.

ଦୁର୍ଘଟଣାରେ ଆମ୍ବୁଲାନ୍ସ ଚୁର୍‌ମାର୍‌

କେନ୍ଦୁଝର,୧୭।୪(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ବନାଯୋଡି ଟୋଲ ପ୍ଲାଜା ନିକଟରେ ବୁଧବାର ସକାଳ ୫ଟାରେ ଏକ ଛିଡା ହୋଇଥିବା ଟ୍ରକ ପଛରେ ଏକ ଓମିନି ଆମ୍ବୁଲାନ୍ସ ନିୟନ୍ତ୍ରଣ ହରାଇ ପିଟି ହୋଇଛି। ଫଳରେ ଗାଡି ସାମ୍ନା ଭାଗ ଚୁରମାର ହୋଇଯାଉଥିାବେଳେ ଚାଳକ ଭିତରେ ଚାପି ହୋଇ ରହିଯାଇଥିଲେ। ସ୍ଥାନୀୟ ଲୋକେ ଗୁରୁତରଙ୍କୁ ଉଦ୍ଧାର କରି ଟୋଲଗେଟ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ।
ସୂଚନା ଅନୁସାରେ, ଚମ୍ପୁଆରୁ ଖାଲି ଆମ୍ବୁଲାନ୍ସ ଧରି ଚାଳକ ଭୁବନେଶ୍ବର ଅଭିମୁଖେ ଯାଉଥିଲେ। ତେବେ ଆଖିଲାଗି ଯାଇଥିବାରୁ ଏହି ଦୁର୍ଘଟଣା ଘଟିଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଗୁରୁତର ଚାଳକଙ୍କ ପରିଚୟ ମିଳିପାରିନାହିଁ। ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡି ଜବତ କରି ତଦନ୍ତ ଆରମ୍ଭ କରିଛି।

The post ଦୁର୍ଘଟଣାରେ ଆମ୍ବୁଲାନ୍ସ ଚୁର୍‌ମାର୍‌ appeared first on Dharitri Odia News.