ଦୁର୍ଘଟଣାରେ ବୃଦ୍ଧାଙ୍କ ମୃତ୍ୟୁ, ଉତ୍ୟକ୍ତ ଲୋକେ ଜାଳିଦେଲେ ବାଇକ

ବ୍ରହ୍ମପୁର: ନିମଖଣ୍ଡି ଥାନା ହୁଗୁଳାପଟା ଛକରେ ବାଇକ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ବୃଦ୍ଧା ଜଣକ ରାସ୍ତା ପାରିବେଳେ ତାଙ୍କୁ ଏକ ବାଇକ ଧକ୍କା ଦେଇଥିଲା।ଦୁର୍ଘଟଣାରେ ବୃଦ୍ଧାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ ବାଇକକୁ ଜାଳିଦେବା ସହ ଲୋକେ ରାସ୍ତା ରୋକ କରିଥିଲେ। ଖବର ପାଇ ନିମଖଣ୍ଡି ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲା ଏବଂ ମୃତଦେହ ଜବତ ପରେ ବ୍ୟବଚ୍ଛେଦ ପାଇଁ ପଠାଇଥିଲା।