ଦୁର୍ଘଟଣାରେ ବ୍ୟକ୍ତିଙ୍କ ମୃତ୍ୟୁ
ଲଡୁଗାଁ: କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ର କୁସୁମଖୁଣ୍ଟି ଶିଵ ମନ୍ଦିର ନିକଟରେ ବୁଧବାର ସକାଳେ ବାଇକ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋଟେର ପଞ୍ଚାୟତ ଜଳତାମୁଣ୍ଡା ଗ୍ରାମର ହଳଧର ପୁଝାରୀ(୫୬)। ଦୁର୍ଘଟଣା ପରେ ହଳଧରଙ୍କୁ ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସ ସହାୟତାରେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଜଟିଳ ଥିବାରୁ ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନାକୁ ନେବାବେଳେ ବାଟରେ […]

ଲଡୁଗାଁ: କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ର କୁସୁମଖୁଣ୍ଟି ଶିଵ ମନ୍ଦିର ନିକଟରେ ବୁଧବାର ସକାଳେ ବାଇକ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋଟେର ପଞ୍ଚାୟତ ଜଳତାମୁଣ୍ଡା ଗ୍ରାମର ହଳଧର ପୁଝାରୀ(୫୬)। ଦୁର୍ଘଟଣା ପରେ ହଳଧରଙ୍କୁ ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସ ସହାୟତାରେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଜଟିଳ ଥିବାରୁ ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନାକୁ ନେବାବେଳେ ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ଘଟାଇଥିବା ବାଇକକୁ ମୋଟେର ଫାଣ୍ଡି ପୁଲିସ ଜବତ କରିଛି। ଏ ନେଇ ପରିବାର ଲୋକେ ମୋଟେର ଫାଣ୍ଡିରେ ଅଭିଯୋଗ କରିଥିବା ଜଣାପଡ଼ିଛି। ଭବାନୀପାଟଣାରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ମୋଟେର ଫାଣ୍ଡି ଅଧିକାରୀ ମନୋରଞ୍ଜନ ଆଚାର୍ଯ୍ୟ ସୂଚନା ଦେଇଛନ୍ତି।