ଦୁର୍ବଳ ହେଉଛି ଅବପାତ, ଖୋର୍ଦ୍ଧାରେ ସବୁଠୁ ଅଧିକ ବର୍ଷା
ଖୋର୍ଦ୍ଧା,୨୧ା୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହି ଅବପାତଟି ଆସନ୍ତା ୧୨ ଘଣ୍ଟା ଭିତରେ ଦୁର୍ବଳ ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ୨୪ ଘଣ୍ଟାରେ ଖୋର୍ଦ୍ଧାରେ ସର୍ବାଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ପାଣିପାଗ କେନ୍ଦ୍ର ସୂଚନାନୁସାରେ, ଖୋର୍ଦ୍ଧାରେ […] The post ଦୁର୍ବଳ ହେଉଛି ଅବପାତ, ଖୋର୍ଦ୍ଧାରେ ସବୁଠୁ ଅଧିକ ବର୍ଷା appeared first on Dharitri Odia News.
ଖୋର୍ଦ୍ଧା,୨୧ା୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହି ଅବପାତଟି ଆସନ୍ତା ୧୨ ଘଣ୍ଟା ଭିତରେ ଦୁର୍ବଳ ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ୨୪ ଘଣ୍ଟାରେ ଖୋର୍ଦ୍ଧାରେ ସର୍ବାଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି।
ପାଣିପାଗ କେନ୍ଦ୍ର ସୂଚନାନୁସାରେ, ଖୋର୍ଦ୍ଧାରେ ସର୍ବାଧିକ ୭୫ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଜଗତସିଂହପୁରରେ ୬୧.୨, ପାରାଦୀପରେ ୬୧.୧, ଗୋପାଳପୁରରେ ୫୮.୬ ମିମି ପାରଳାଖେମୁଣ୍ଡି ୫୩ ମିଲିମିଟର ବର୍ଷା ହୋଇଛି।
ସେହିପରି ଛତ୍ରପୁରରେ ୫୧.୮, ଭୁବନେଶ୍ୱର ୫୧.୬, ନୟାଗଡ଼ ୪୯, ପୁରୀରେ ୪୦.୫, ରାୟଗଡ଼ାରେ ୩୫.୬, କଟକ ୩୩.୪ ଏବଂ ଦାରିଙ୍ଗିବାଡ଼ିରେ ୩୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
The post ଦୁର୍ବଳ ହେଉଛି ଅବପାତ, ଖୋର୍ଦ୍ଧାରେ ସବୁଠୁ ଅଧିକ ବର୍ଷା appeared first on Dharitri Odia News.