ଦୂର ହେବ ଦାଦନ ସମସ୍ୟା, ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୪।୧୦: ଦାଦନ ରୋକିବାକୁ ରାଜ୍ୟ ସରକାର ସ୍ବତନ୍ତ୍ର ଟାସ୍କଫୋର୍ସ ଗଠନ କରିଛନ୍ତି। ଦାଦନ ସମସ୍ୟାର ନିରାକରଣ ପାଇଁ ଦିଗଦର୍ଶନ ଦେବାକୁ ଟାସ୍କଫୋର୍ସ ଗଠନ କରାଯାଇଛି। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏହି ସ୍ବତନ୍ତ୍ର ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଗଠିତ ହୋଇଛି। ଟାସ୍କଫୋର୍ସରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସଦସ୍ୟ ରହିବେ। ସେହିପରି ପଞ୍ଚାୟତିରାଜ ମନ୍ତ୍ରୀଙ୍କ ସହ ଅନ୍ୟ ବିଭାଗ ମନ୍ତ୍ରୀ, ମୁଖ୍ୟ ସଚିବ, ଉନ୍ନୟନ କମିଶନର, ବିଭାଗୀୟ ସଚିବ ପ୍ରମୁଖ ଟାସ୍କଫୋର୍ସ ସଦସ୍ୟ ରହିବେ। The post ଦୂର ହେବ ଦାଦନ ସମସ୍ୟା, ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି appeared first on Dharitri Odia News.

ଦୂର ହେବ ଦାଦନ ସମସ୍ୟା, ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୪।୧୦: ଦାଦନ ରୋକିବାକୁ ରାଜ୍ୟ ସରକାର ସ୍ବତନ୍ତ୍ର ଟାସ୍କଫୋର୍ସ ଗଠନ କରିଛନ୍ତି। ଦାଦନ ସମସ୍ୟାର ନିରାକରଣ ପାଇଁ ଦିଗଦର୍ଶନ ଦେବାକୁ ଟାସ୍କଫୋର୍ସ ଗଠନ କରାଯାଇଛି। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏହି ସ୍ବତନ୍ତ୍ର ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଗଠିତ ହୋଇଛି। ଟାସ୍କଫୋର୍ସରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସଦସ୍ୟ ରହିବେ। ସେହିପରି ପଞ୍ଚାୟତିରାଜ ମନ୍ତ୍ରୀଙ୍କ ସହ ଅନ୍ୟ ବିଭାଗ ମନ୍ତ୍ରୀ, ମୁଖ୍ୟ ସଚିବ, ଉନ୍ନୟନ କମିଶନର, ବିଭାଗୀୟ ସଚିବ ପ୍ରମୁଖ ଟାସ୍କଫୋର୍ସ ସଦସ୍ୟ ରହିବେ।

The post ଦୂର ହେବ ଦାଦନ ସମସ୍ୟା, ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି appeared first on Dharitri Odia News.