ଦେବ ପ୍ରସାଦ ଦାଶ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ
ଭୁବନେଶ୍ୱର,୨୨।୪: ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଦେବ ପ୍ରସାଦ ଦାଶଙ୍କୁ ନିଯୁକ୍ତ କରାଯାଇଛି। ଏହି ନିଯୁକ୍ତି ସମ୍ପର୍କିତ ବିଜ୍ଞପ୍ତି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶ ପାଇଛି। ଦେବ ପ୍ରସାଦ ଦାଶ ବର୍ତ୍ତମାନ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ […] The post ଦେବ ପ୍ରସାଦ ଦାଶ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ appeared first on Dharitri Odia News.
ଭୁବନେଶ୍ୱର,୨୨।୪: ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଦେବ ପ୍ରସାଦ ଦାଶଙ୍କୁ ନିଯୁକ୍ତ କରାଯାଇଛି। ଏହି ନିଯୁକ୍ତି ସମ୍ପର୍କିତ ବିଜ୍ଞପ୍ତି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶ ପାଇଛି।
ଦେବ ପ୍ରସାଦ ଦାଶ ବର୍ତ୍ତମାନ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଏହି ନିଯୁକ୍ତି ରାଜ୍ୟ ସରକାରଙ୍କ ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବ ବୋଲି ଆଶା କରାଯାଉଛି।
ଦାଶଙ୍କ ନେତୃତ୍ୱରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ରାଜ୍ୟ ସରକାରଙ୍କ ନୀତି ଓ କାର୍ଯ୍ୟକ୍ରମକୁ ଜନସାଧାରଣଙ୍କ ମଧ୍ୟକୁ ଅଧିକ ପ୍ରଭାବଶାଳୀ ଭାବେ ପହଞ୍ଚାଇବା ଦିଗରେ କାର୍ଯ୍ୟ କରିବ ବୋଲି ଅନୁମାନ କରାଯାଉଛି। ଏହି ନିଯୁକ୍ତି ସମ୍ପର୍କରେ ରାଜ୍ୟର ବିଭିନ୍ନ ମହଲରେ ସକାରାତ୍ମକ ପ୍ରତିକ୍ରିୟା ଦେଖାଦେଇଛି।
The post ଦେବ ପ୍ରସାଦ ଦାଶ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ appeared first on Dharitri Odia News.