ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳରେ ‘ଲକ୍ଷ୍ମୀ’ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୧(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୁଧବାର ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲାରେ ‘ଲକ୍ଷ୍ମୀ’ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି। ଗାଁର ଅର୍ଥନୀତିକୁ ମଜଭୁତ କରିବାରେ ଏହା ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି […] The post ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳରେ ‘ଲକ୍ଷ୍ମୀ’ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳରେ ‘ଲକ୍ଷ୍ମୀ’ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୧(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୁଧବାର ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲାରେ ‘ଲକ୍ଷ୍ମୀ’ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି। ଗାଁର ଅର୍ଥନୀତିକୁ ମଜଭୁତ କରିବାରେ ଏହା ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ କୋରାପୁଟବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଥିଲେ। ଆଜି ଏହି ବ୍ୟବସ୍ଥାରେ ଆଉ ୩ଟି ଜିଲା ଯୋଡ଼ିହୋଇଛି।

ଆଜିର ଶୁଭାରମ୍ଭ ପରେ ୩ଟି ଜିଲାର ୪୪୦ଟି ପଞ୍ଚାୟତରେ ୧୦୧ଟି ବସ୍‌ ଚାଲିବ। ଏହା ଦ୍ୱାରା ୨୭ ଲକ୍ଷରୁ ଅଧିକ ଲୋକ ଉପକାର ପାଇବେ। ଦେବଗଡ଼ର ୬୯ଟି ପଞ୍ଚାୟତରେ ୧୭ଟି ବସ୍‌ ଚାଲିବ ଏବଂ ୩ ଲକ୍ଷ ଲୋକ ଉପକୃତ ହେବେ। ଅନୁଗୋଳର ୧୭୬ଟି ପଞ୍ଚାୟତରେ ୨୯ଟି ବସ୍‌ ଚାଲିବ ଏବଂ ୧୧ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ। ସେହିପରି ଢେଙ୍କାନାଳର ୧୯୫ଟି ପଞ୍ଚାୟତରେ ୫୫ଟି ବସ୍‌ ଚାଲିବ ଏବଂ ୧୩ ଲକ୍ଷ ଲୋକ ଉପକୃତ ହେବେ।

ଏହି ଅବସରରେ ଢେଙ୍କାନାଳରେ ବିଧାୟକ ସୁଧୀର କୁମାର ସାମଲ, ଅନୁଗୋଳରେ ବିଧାୟକ ରଜନୀକାନ୍ତ ସିଂ, ବିଧାୟକ ବ୍ରଜକିଶୋର ପ୍ରଧାନ ଏବଂ ଦେବଗଡ଼ରେ ଜିଲା ପରିଷଦ ସଭାପତି କୌଶିକ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇ ସେମାନଙ୍କର ଅଭିଭାଷଣ ଦେଇଥିଲେ।
କାର୍ଯ୍ୟକ୍ରମରେ ବାଣିଜ୍ୟ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ସ୍ବାଗତ ଭାଷଣ ଦେଇଥିଲେ।

The post ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳରେ ‘ଲକ୍ଷ୍ମୀ’ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.