ଦେବଦଳନ ରଥରେ ବିଜେ କଲେ ସୁଦର୍ଶନ

ଭୁବନେଶ୍ୱର,୭।୭: ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଏହି ଦିବସରେ ଅର୍ଥାତ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ପଥ(ବଡ଼ଦାଣ୍ଡ)କୁ ଓହ୍ଲାଇଥାନ୍ତି। ବର୍ତ୍ତମାନ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହୋଇଛି । ପ୍ରଥମେ ମହାପ୍ରଭୁଙ୍କ ଆୟୁଧ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଛି । ଭେରି ତୁରୀ ବାଦ୍ୟ, ହରିବୋଲ ଧ୍ୱନୀ ଭିତରେ ମହାପ୍ରଭୁ ସୁଦର୍ଶନ ରତ୍ନ ବେଦୀରୁ ଆସି ଦେବଦଳନ ରଥରେ ବିଜେ କରିଛନ୍ତି । ଘୋଷଯାତ୍ରା ଲାଗି ରଥ, ପଥ, ଭକ୍ତ ଏବଂ ସେବାଯତ […] The post ଦେବଦଳନ ରଥରେ ବିଜେ କଲେ ସୁଦର୍ଶନ appeared first on Dharitri Odia News.

ଦେବଦଳନ ରଥରେ ବିଜେ କଲେ ସୁଦର୍ଶନ

ଭୁବନେଶ୍ୱର,୭।୭: ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଏହି ଦିବସରେ ଅର୍ଥାତ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ପଥ(ବଡ଼ଦାଣ୍ଡ)କୁ ଓହ୍ଲାଇଥାନ୍ତି। ବର୍ତ୍ତମାନ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହୋଇଛି । ପ୍ରଥମେ ମହାପ୍ରଭୁଙ୍କ ଆୟୁଧ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଛି । ଭେରି ତୁରୀ ବାଦ୍ୟ, ହରିବୋଲ ଧ୍ୱନୀ ଭିତରେ ମହାପ୍ରଭୁ ସୁଦର୍ଶନ ରତ୍ନ ବେଦୀରୁ ଆସି ଦେବଦଳନ ରଥରେ ବିଜେ କରିଛନ୍ତି ।
ଘୋଷଯାତ୍ରା ଲାଗି ରଥ, ପଥ, ଭକ୍ତ ଏବଂ ସେବାଯତ ସମସ୍ତେ ପ୍ରସ୍ତୁତ ଅଛନ୍ତି। କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ଶ୍ରୀମନ୍ଦିର ରନତ୍ସିଂହାସନ ଛାଡ଼ି ଭକ୍ତଙ୍କୁ ଦର୍ଶନ ଦେବା ନିମନ୍ତେ ପୁରୀ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ମହାବାହୁ। ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ନବଦିନାତ୍ମକ ଯାତ୍ରା କରିବେ ଚୁତର୍ଦ୍ଧା ବିଗ୍ରହ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ରଥାରୂଢ଼ ଦାରୁଦିଅଁଙ୍କ ଦର୍ଶନ କରି କୃତାର୍ଥ ହେବେ ଭକ୍ତ। ଏହି ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାରେ ସାମିଲ ହେବା ନିମନ୍ତେ ଭକ୍ତଙ୍କ ସୁଅ ଛୁଟିଛି। ୧୯୭୧ ମସିହା ପରେ ଅର୍ଥାତ ଦୀର୍ଘ ୫୩ବର୍ଷ ପରେ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଏବଂ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି, ଯାହାକୁ ନେଇ ସମସ୍ତଙ୍କ ମନରେ ଉତ୍ସାହ ଓ ଉଲ୍ଲାସ ଭରି ରହିଛି ।

The post ଦେବଦଳନ ରଥରେ ବିଜେ କଲେ ସୁଦର୍ଶନ appeared first on Dharitri Odia News.