ଦେବୀ ପ୍ରସାଦ ମିଶ୍ର ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଡେପୁଟି ସେକ୍ରେଟାରୀ

ଭୁବନେଶ୍ୱର,୨୪।୬: ଗୃହ ଓ ନଗର ଉନ୍ନୟନ ବିଭାଗ ଡେପୁଟି ସେକ୍ରେଟାରୀ ଦେବୀ ପ୍ରସାଦ ମିଶ୍ରଙ୍କୁ ସୋମବାର ବଦଳି କରାଯାଇଛି। ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଡେପୁଟି ସେକ୍ରେଟାରୀ ଭାବେ ନିଯୁକ୍ତି ଦିଆଯାଇଛି।ଏ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସେହିପରି ଶନିବାର ବରିଷ୍ଠ ଓଏଏସ୍ ଚିତ୍ରସେନ ରାଉତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଓ ବରିଷ୍ଠ ଓଏଫଏସ୍ ଉମେଶଚନ୍ଦ୍ର ତ୍ରିପାଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ସଚିବ ନିଯୁକ୍ତ କରାଯାଇଥିଲା। କେନ୍ଦୁଝର ଉପଜିଲାପାଳ […] The post ଦେବୀ ପ୍ରସାଦ ମିଶ୍ର ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଡେପୁଟି ସେକ୍ରେଟାରୀ appeared first on Dharitri Odia News.

ଦେବୀ ପ୍ରସାଦ ମିଶ୍ର ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଡେପୁଟି ସେକ୍ରେଟାରୀ

ଭୁବନେଶ୍ୱର,୨୪।୬: ଗୃହ ଓ ନଗର ଉନ୍ନୟନ ବିଭାଗ ଡେପୁଟି ସେକ୍ରେଟାରୀ ଦେବୀ ପ୍ରସାଦ ମିଶ୍ରଙ୍କୁ ସୋମବାର ବଦଳି କରାଯାଇଛି। ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଡେପୁଟି ସେକ୍ରେଟାରୀ ଭାବେ ନିଯୁକ୍ତି ଦିଆଯାଇଛି।ଏ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ସେହିପରି ଶନିବାର ବରିଷ୍ଠ ଓଏଏସ୍ ଚିତ୍ରସେନ ରାଉତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଓ ବରିଷ୍ଠ ଓଏଫଏସ୍ ଉମେଶଚନ୍ଦ୍ର ତ୍ରିପାଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ସଚିବ ନିଯୁକ୍ତ କରାଯାଇଥିଲା। କେନ୍ଦୁଝର ଉପଜିଲାପାଳ ଓଏଏସ୍ ତ୍ରିଲୋଚନ ମହାନ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଓଡ଼ିଶା ସଚିବାଳୟ ସେବାର ବିନୋଦ ବିହାରୀ ସିଂଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅନୁସଚିବ ଏବଂ ଅତିରିକ୍ତ ବ୍ୟକ୍ତିଗତ ସହାୟକ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ଅବସ୍ଥାପିତ କରାଯାଇଛି । ମୁଖ୍ୟମନ୍ତ୍ରୀ ମାଝୀ ଚଳିତମାସ ୧୨ତାରିଖରେ ଦାୟିତ୍ୱ ନେଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ସେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ନିଜର କାର୍ଯ୍ୟ ଆରମ୍ଭ କରିପାରିନାହାନ୍ତି । ରାଜ୍ୟ ଅତିଥି ଭବନରେ ସେ ନିଜର ଅସ୍ଥାୟୀ ଅଫିସ୍ କରିଛନ୍ତି ।

ରାଜ୍ୟରେ ଭାଜପା ସରକାର ଗଠନ ହେବା ପରେ ପୂର୍ବ ସରକାରଙ୍କ ସମୟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଦୀର୍ଘ ବର୍ଷ ଧରି ଥିବା କର୍ମଚାରୀମାନଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସେହି ସ୍ଥାନ ପୂରଣ କରିବା ପାଇଁ ନୂତନ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ଦେବା ପ୍ରକ୍ରିୟା ଜାରି ରହିଛି।

 

The post ଦେବୀ ପ୍ରସାଦ ମିଶ୍ର ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଡେପୁଟି ସେକ୍ରେଟାରୀ appeared first on Dharitri Odia News.