ଦେବେନ୍ଦ୍ରଙ୍କୁ ଗାର୍ଡ ଅଫ ଅନର

ଭୁବନେଶ୍ୱର,୧୭।୩: ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲା ଦେବେନ୍ଦ୍ର ପ୍ରଧାନଙ୍କ ମରଶରୀର। ଏହି ସମୟରେ ସେଠାରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି। ତାଙ୍କୁ ଶେଷ ଦର୍ଶନ ପାଇଁ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତାଙ୍କ ସହିତ ସମସ୍ତ ମନ୍ତ୍ରୀ, ରାଜ୍ୟ ଭାଜପା ସଭାପତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପହଞ୍ଚିଥିଲେ। ସୋମବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ ତଥା ବର୍ତ୍ତମାନର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତାଙ୍କର ପରଲୋକ ଘଟିଛି। ଦେବେନ୍ଦ୍ର ପ୍ରଧାନ ବାଜପେୟୀଙ୍କ ସରକାରରେ ପରିବହନ ମନ୍ତ୍ରୀ ଥିଲେ। ସେ ୧୯୮୮ରୁ […] The post ଦେବେନ୍ଦ୍ରଙ୍କୁ ଗାର୍ଡ ଅଫ ଅନର appeared first on Dharitri Odia News.

ଦେବେନ୍ଦ୍ରଙ୍କୁ ଗାର୍ଡ ଅଫ ଅନର

ଭୁବନେଶ୍ୱର,୧୭।୩: ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲା ଦେବେନ୍ଦ୍ର ପ୍ରଧାନଙ୍କ ମରଶରୀର। ଏହି ସମୟରେ ସେଠାରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି। ତାଙ୍କୁ ଶେଷ ଦର୍ଶନ ପାଇଁ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତାଙ୍କ ସହିତ ସମସ୍ତ ମନ୍ତ୍ରୀ, ରାଜ୍ୟ ଭାଜପା ସଭାପତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପହଞ୍ଚିଥିଲେ।

ସୋମବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ ତଥା ବର୍ତ୍ତମାନର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତାଙ୍କର ପରଲୋକ ଘଟିଛି। ଦେବେନ୍ଦ୍ର ପ୍ରଧାନ ବାଜପେୟୀଙ୍କ ସରକାରରେ ପରିବହନ ମନ୍ତ୍ରୀ ଥିଲେ। ସେ ୧୯୮୮ରୁ ୧୯୯୩ ରାଜ୍ୟ ଭାଜପା ସଭାପତି ଥିଲେ। ୧୯୯୩ରୁ ୧୯୯୫ ରାଜ୍ୟ ଭାଜପାର ସାଧାରଣ ସମ୍ପାଦକ ଥିଲେ। ପୁନର୍ବାର ୧୯୯୫ରୁ ୧୯୯୭ ଯାଏ ସେ ଭାଜପା ସଭାପତି ରହିଥିଲେ। ୧୯୯୮ରେ ଦେବଗଡ଼ରୁ ଦେବେନ୍ଦ୍ର ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ଦେବେନ୍ଦ୍ର ପ୍ରଧାନଙ୍କ ରାଜନୈତିକ ଜୀବନ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଓଡ଼ିଶାରେ ଦଳର ଅଗ୍ରଗତି ସହିତ ଗଭୀର ଭାବେ ଜଡ଼ିତ। ସେ ଓଡ଼ିଶାର ଜଣେ ପ୍ରଭାବଶାଳୀ ନେତା ଥିଲେ, ଯିଏ ରାଜ୍ୟରେ ଭାଜପାର ମୂଳଦୁଆ ସ୍ଥାପନ ଏବଂ ସଂଗଠନକୁ ମଜବୁତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ।

The post ଦେବେନ୍ଦ୍ରଙ୍କୁ ଗାର୍ଡ ଅଫ ଅନର appeared first on Dharitri Odia News.