ଦେଶ ପାଳିବ ୭୮ତମ ସ୍ୱାଧୀନତା ଦିବସ, କିଏ କେଉଁଠି ପତ୍ତାକା ଉତ୍ତୋଳନ କରିବେ ଜାଣନ୍ତୁ
ଦେଶ ପାଳିବ ୭୮ ତମ ସ୍ୱାଧୀନତା ଦିବସ । ଭୁବନେଶ୍ୱରରେ ଜାତୀୟ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଦେଶ ପାଳିବ ୭୮ ତମ ସ୍ୱାଧୀନତା ଦିବସ । ଏଥିପାଇଁ ରାଜ୍ୟ ସ୍ତରୀୟ ଜାତୀୟ ପତାକା ଉତ୍ତୋଳନ ପାଇଁ ପ୍ରସ୍ତୁତି ହୋଇଛି । ନୂଆ କରି ସରକାର କରିଥିବା ବିଜେପି ସ୍ୱାଧୀନତା ଦିବସ ପାଳିବ । ଭୁବନେଶ୍ୱରରେ ଜାତୀୟ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେହିଭଳି କଟକରେ ପତାକା ଉତ୍ତୋଳନ କରିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ନୂଆପଡ଼ାରେ
କରିବେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ।
କଳାହାଣ୍ଡିରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ସୁନ୍ଦରଗଡ଼ରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ, କୋରାପୁଟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁରରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏବଂ ଗଞ୍ଜାମରେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ପତାକା ଉତ୍ତୋଳନ କରିବେ ।
ସେହିପରି ବରଗଡ଼ରେ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗଜପତିରେ ମନ୍ତ୍ରୀ ବିଭୁତି ଜେନା, ବାଲେଶ୍ବରରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ବଲାଙ୍ଗିରରେ ଗଣେଶ ରାମସିଂ ଖୁଣ୍ଟିଆ ଓ ମାଲକାନଗିରିରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପତାକା ଉତ୍ତୋଳନ କରିବେ । ଖୋର୍ଦ୍ଧାରେ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, କନ୍ଧମାଳରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ରାୟଗଡ଼ାରେ ମନ୍ତ୍ରୀ ସମ୍ପଦ ସ୍ୱାଇଁ ପତାକା ଉତ୍ତୋଳନ କରିବେ ।