ଦୋକାନ ସମ୍ମୁଖରୁ ଝୁଲନ୍ତା ମୃତଦେହ ଠାବ, ପୋଲିସ ଖୋଜୁଛି କାରଣ

ଜଳେଶ୍ୱର ୨୬।୦୧ : ଦୋକାନ  ସମ୍ମୁଖରୁ ଝୁଲନ୍ତା ମୃତଦେହ ଠାବ । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟେଲ୍‌ ପ୍ଲାଜା ନିକଟରୁ ମୃତଦେହ ଠାବ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ଖବର ଅନୁଯାୟୀ, ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟୋଲ୍‌ ପ୍ଲାଜା ନିକଟରେ ଏକ ଦୋକାନ ରହିଥିଲା । ରବିବାର ଦିନ ଏହି ଦୋକାନ ସମ୍ମୁଖରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଥିଲା । ଯାହାକୁ ସ୍ଥାନୀୟ ଲୋକ ଦେଖି ତୁରନ୍ତ ସ୍ଥାନୀୟ ପୋଲିସକୁ ଖବର ଦେଇଥିଲେ । ମୃତଦେହ ସଂପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଏହାସହ ଘଟଣାର ତଦନ୍ତ ମଧ୍ୟ ଜାରି ରଖିଛି । ଶବ ବ୍ୟବଚ୍ଛେଦ ରିପୋର୍ଟ ଏବଂ ପୋଲିସର ପ୍ରାଥମିକ ତଦନ୍ତ ରିପୋର୍ଟ ପରେ ହିଁ ମୃତ୍ୟୁର ସଠିକ କାରଣ ଜଣାପଡିବ ବୋଲି ଆଶା କରାଯାଉଛି ।  

ଦୋକାନ ସମ୍ମୁଖରୁ ଝୁଲନ୍ତା ମୃତଦେହ ଠାବ, ପୋଲିସ ଖୋଜୁଛି କାରଣ

ଜଳେଶ୍ୱର ୨୬।୦୧ : ଦୋକାନ  ସମ୍ମୁଖରୁ ଝୁଲନ୍ତା ମୃତଦେହ ଠାବ । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟେଲ୍‌ ପ୍ଲାଜା ନିକଟରୁ ମୃତଦେହ ଠାବ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । 

ଖବର ଅନୁଯାୟୀ, ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟୋଲ୍‌ ପ୍ଲାଜା ନିକଟରେ ଏକ ଦୋକାନ ରହିଥିଲା । ରବିବାର ଦିନ ଏହି ଦୋକାନ ସମ୍ମୁଖରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଥିଲା । ଯାହାକୁ ସ୍ଥାନୀୟ ଲୋକ ଦେଖି ତୁରନ୍ତ ସ୍ଥାନୀୟ ପୋଲିସକୁ ଖବର ଦେଇଥିଲେ । ମୃତଦେହ ସଂପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଏହାସହ ଘଟଣାର ତଦନ୍ତ ମଧ୍ୟ ଜାରି ରଖିଛି । ଶବ ବ୍ୟବଚ୍ଛେଦ ରିପୋର୍ଟ ଏବଂ ପୋଲିସର ପ୍ରାଥମିକ ତଦନ୍ତ ରିପୋର୍ଟ ପରେ ହିଁ ମୃତ୍ୟୁର ସଠିକ କାରଣ ଜଣାପଡିବ ବୋଲି ଆଶା କରାଯାଉଛି ।