ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଭାଜପାରୁ ଓମ୍‌ ବିର୍ଲା ଏବଂ ହେମା ମାଳିନୀଙ୍କ ସମେତ ୧,୨୦୨ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ। ସକାଳ ୭ଟାରୁ ମତଦାନ ଆରମ୍ଭ ହେବ। ୧.୬୭ ଲକ୍ଷ ଭୋଟକେନ୍ଦ୍ରରେ ୧୬ ଲକ୍ଷରୁ ଅଧିକ ପୋଲିଂ ଅଫିସରଙ୍କୁ ନିଯୁକ୍ତ କରାଯାଇଛି। ୧୫.୮୮ କୋଟିରୁ ଊର୍ଦ୍ଧ୍ୱ ଭୋଟର ଏହି ପର୍ଯ୍ୟାୟରେ […] The post ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା appeared first on Dharitri Odia News.

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଭାଜପାରୁ ଓମ୍‌ ବିର୍ଲା ଏବଂ ହେମା ମାଳିନୀଙ୍କ ସମେତ ୧,୨୦୨ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।

ସକାଳ ୭ଟାରୁ ମତଦାନ ଆରମ୍ଭ ହେବ। ୧.୬୭ ଲକ୍ଷ ଭୋଟକେନ୍ଦ୍ରରେ ୧୬ ଲକ୍ଷରୁ ଅଧିକ ପୋଲିଂ ଅଫିସରଙ୍କୁ ନିଯୁକ୍ତ କରାଯାଇଛି। ୧୫.୮୮ କୋଟିରୁ ଊର୍ଦ୍ଧ୍ୱ ଭୋଟର ଏହି ପର୍ଯ୍ୟାୟରେ ମତାଧିକାର ସାବ୍ୟସ୍ତ କରିବେ ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ କୁହାଯାଇଛି।

ଭୋଟରଙ୍କ ମଧ୍ୟରୁ ୮.୦୮ କୋଟି ପୁରୁଷ ଏବଂ ୭.୮ କୋଟି ମହିଳା ହୋଇଥିବା ବେଳେ ୫,୯୨୯ ତୃତୀୟ ଲିଙ୍ଗ ରହିଛନ୍ତି। ୩୪.୮ ଲକ୍ଷ ନୂଆ ଭୋଟର ଏଥର ପ୍ରଥମ ଥର ଭୋଟ ଦେବେ।

ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ନିର୍ବାଚନ କମିଶନ ବିହାରର ୪ଟି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେତେକ ବୁଥରେ ମତଦାନ ସମୟ ବଢ଼ାଇଛନ୍ତି। ମଧ୍ୟପ୍ରଦେଶର ବେଟୁଲ ଆସନର ବିଏସ୍‌ପି ପ୍ରାର୍ଥୀଙ୍କ ପରଲୋକ ଯୋଗୁ ସେଠାର ନିର୍ବାଚନକୁ ତୃତୀୟ ପର୍ଯ୍ୟାୟକୁ ପରିବର୍ତ୍ତନ କରାଯାଇଛି। ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ୧,୨୦୨ ପ୍ରାର୍ଥୀଙ୍କ ମଧ୍ୟରୁ ୧,୦୯୮ ଜଣ ପୁରୁଷ ହୋଇଥିବାବେଳେ ୧୦୨ ଜଣ ମହିଳା ଏବଂ ୨ଜଣ ତୃତୀୟ ଲିଙ୍ଗ ପ୍ରାର୍ଥୀ ରହିଛନ୍ତି।

The post ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା appeared first on Dharitri Odia News.