ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଦୁଇ ଜୀବନ

ଚଣ୍ଡିଖୋଲ ୨୯।୦୪ : ଯାଜପୁର ଜିଲ୍ଲା ବଡ଼ଚଣା ଥାନା ବଡ଼ଚଣା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଖବର ଅନୁଯାୟୀ, ବାଇକରେ ଦୁଇ ଜଣ କଟକରୁ ଚଣ୍ଡିଖୋଲ ଅଭିମୁଖେ ଯାଉଥିଲେ । ଏହି ସମୟରେ ୧୬ ନମ୍ବର ଜାତୀୟ ରାଜପଥ ବଡ଼ଚଣା ଓଭରବ୍ରିଜ ନିକଟରେ ବାଇକ୍‌ ପଛପଟୁ ଏକ ଅଜଣା ଗାଡି ଧକ୍କା ଦେଇଥିଲା । ଯାହାଫଳରେ ଘଟଣାସ୍ଥଳରେ ହିଁ ବାଇକରେ ଥିବା ଦୁଇ ଜଣଙ୍କର ମୃତ୍ୟୁ ହୋଇଯାଇଛି । ଏବେ ଯାଏଁ ମୃତକଙ୍କ ପରିଚୟ ମିଳିନାହିଁ । ସେପଟେ ବଡ଼ଚଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ଏହାସହ ବ୍ୟବଚ୍ଛେଦ ନିମନ୍ତେ ନିକଟସ୍ଥ ମେଡିକାଲକୁ ପଠାଇଛି । ଆଉ ଘଟଣାର ଛାନ୍‌ଭିନ୍‌ ଜାରି ରଖିଛି ।  

ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଦୁଇ ଜୀବନ

ଚଣ୍ଡିଖୋଲ ୨୯।୦୪ : ଯାଜପୁର ଜିଲ୍ଲା ବଡ଼ଚଣା ଥାନା ବଡ଼ଚଣା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

ଖବର ଅନୁଯାୟୀ, ବାଇକରେ ଦୁଇ ଜଣ କଟକରୁ ଚଣ୍ଡିଖୋଲ ଅଭିମୁଖେ ଯାଉଥିଲେ । ଏହି ସମୟରେ ୧୬ ନମ୍ବର ଜାତୀୟ ରାଜପଥ ବଡ଼ଚଣା ଓଭରବ୍ରିଜ ନିକଟରେ ବାଇକ୍‌ ପଛପଟୁ ଏକ ଅଜଣା ଗାଡି ଧକ୍କା ଦେଇଥିଲା । ଯାହାଫଳରେ ଘଟଣାସ୍ଥଳରେ ହିଁ ବାଇକରେ ଥିବା ଦୁଇ ଜଣଙ୍କର ମୃତ୍ୟୁ ହୋଇଯାଇଛି । ଏବେ ଯାଏଁ ମୃତକଙ୍କ ପରିଚୟ ମିଳିନାହିଁ ।

ସେପଟେ ବଡ଼ଚଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ଏହାସହ ବ୍ୟବଚ୍ଛେଦ ନିମନ୍ତେ ନିକଟସ୍ଥ ମେଡିକାଲକୁ ପଠାଇଛି । ଆଉ ଘଟଣାର ଛାନ୍‌ଭିନ୍‌ ଜାରି ରଖିଛି ।