‘ଧରିତ୍ରୀ କ୍ଲାଇମେଟ ଗ୍ରାଣ୍ଟ’ ଆରମ୍ଭ

ଭୁବନେଶ୍ୱର,୨୪।୧୧: ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪ର ଦ୍ୱିତୀୟ ଦିନର କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଭୁବନେଶ୍ୱରର ହୋଟେଲ ସ୍ବସ୍ତି ପ୍ରିମିୟମଠାରେ ‘ଧରିତ୍ରୀ କ୍ଲାଇମେଟ ଗ୍ରାଣ୍ଟ’ର ଅନୁଷ୍ଠିତ ହୋଇଛି । ୨ଦିନ ଧରି ଚାଲୁଥିବା ଏହି କାର୍ଯ୍ୟକ୍ରମର ଆଜି ଏହାର ଦ୍ୱିତୀୟ ଦିନ। ଏହି ଅବସରରେ ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ ଓ ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ପ୍ରଦୀପ ପ୍ରଜ୍ଜଳନ କରୁଛନ୍ତି। ଏହାପରେ ସମ୍ପାଦକ ତଥାଗତ ସତପଥୀ ସ୍ବାଗତ […] The post ‘ଧରିତ୍ରୀ କ୍ଲାଇମେଟ ଗ୍ରାଣ୍ଟ’ ଆରମ୍ଭ appeared first on Dharitri Odia News.

‘ଧରିତ୍ରୀ କ୍ଲାଇମେଟ ଗ୍ରାଣ୍ଟ’ ଆରମ୍ଭ

ଭୁବନେଶ୍ୱର,୨୪।୧୧: ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪ର ଦ୍ୱିତୀୟ ଦିନର କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଭୁବନେଶ୍ୱରର ହୋଟେଲ ସ୍ବସ୍ତି ପ୍ରିମିୟମଠାରେ ‘ଧରିତ୍ରୀ କ୍ଲାଇମେଟ ଗ୍ରାଣ୍ଟ’ର ଅନୁଷ୍ଠିତ ହୋଇଛି । ୨ଦିନ ଧରି ଚାଲୁଥିବା ଏହି କାର୍ଯ୍ୟକ୍ରମର ଆଜି ଏହାର ଦ୍ୱିତୀୟ ଦିନ। ଏହି ଅବସରରେ ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ ଓ ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ପ୍ରଦୀପ ପ୍ରଜ୍ଜଳନ କରୁଛନ୍ତି। ଏହାପରେ ସମ୍ପାଦକ ତଥାଗତ ସତପଥୀ ସ୍ବାଗତ ଭାଷଣ ପ୍ରଦାନ କରୁଛନ୍ତି।

ଜଳବାୟୁ ପରିବର୍ତ୍ତନ ଏବେ ସମଗ୍ର ଦେଶ ପାଇଁ ଏକ ଆହ୍ବାନ ସୃଷ୍ଟି କରିଛି। ପରିବେଶର ସୁରକ୍ଷା ପାଇଁ ଅନେକ କ୍ଷେତ୍ରରେ ପଦକ୍ଷେପ ନିଆଯାଉଥିବାବେଳେ, ‘ଧରିତ୍ରୀ’ ପକ୍ଷରୁ ପରିବେଶକୁ ନେଇ ସଚେତନତା ସୃଷ୍ଟି କରାଯାଉଛି। ଜଳବାୟୁ ପରିବର୍ତ୍ତନର ମୁକାବିଲା କ୍ଷେତ୍ରରେ ଯୁବପିଢିଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେଣୁ ସେମାନେ କିଭଳି ଏନେଇ ସଚେତନ ହେବାସହ ଅନ୍ୟମାନଙ୍କୁ ଏଥିରେ ସାମିଲ କରିପାରିବେ ସେ ସଂକ୍ରାନ୍ତରେ ‘ଧରିତ୍ରୀ’ ପକ୍ଷରୁ ‘ୟୁଥ୍‌ କନ୍‌କ୍ଲେଭ୍‌’ ଅନୁଷ୍ଠିତ ହେଉଛି। ଚଳିତ ବର୍ଷ ଏହାର ଚତୁର୍ଥ ସଂସ୍କରଣ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥରର ପ୍ରସଙ୍ଗ ରହିଛି ‘କ୍ଲାଇମେଟ୍‌ ଚେଞ୍ଜ: ବିଲ୍ଡିଂ ରିଜିଲିଆନ୍ସ’। ରବିବାର ‘ଧରିତ୍ରୀ’ର ୫୧ତମ ଜନ୍ମବାର୍ଷିକୀ ପାଳନ ଅବସରରେ ହେବାକୁ ଯାଉଥିବା କନ୍‌କ୍ଲେଭ୍‌ର ଦ୍ୱିତୀୟ ଦିନରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଯୁବପରିବେଶବିତ୍‌ମାନେ ଯୋଗଦେବେ। ସେହିପରି କାର୍ଯ୍ୟକ୍ରମର ଏକ୍ସପର୍ଟ ପ୍ୟାନେଲ୍‌ରେ ଏସିଆନ୍‌ ଏଲିଫ୍ୟାଣ୍ଟ ଏକ୍ସପର୍ଟ ପ୍ରଫେସର ରମଣ ସୁକୁମାର, ପରିବେଶକର୍ମୀ ଯମୁନା ଟୁଡୁ, ଦି କ୍ଲାଇମେଟ୍‌ ଇନିସିଏଟିଭ୍‌ର ପ୍ରତିଷ୍ଠାତା ତଥା କ୍ଲାଇମେଟ୍‌ ଏଜୁକେଟର ହିତା ଲଖାନୀ, ମେରାଇନ୍‌ ବାୟୋଲୋଜିଷ୍ଟ ପୁଣ୍ୟଶ୍ଲୋକ ଭାଦୁରୀ, ରିଲାଏନ୍ସ ଫାଉଣ୍ଡେଶନର ଡିଜାଷ୍ଟର ମ୍ୟାନେଜ୍‌ମେଣ୍ଟ ଟିମ୍‌ ଲିଡ୍‌ ଦିବ୍ୟକାନ୍ତ ନାୟକ ଏବଂ ମଡେରେଟର ତଥା ଇଏଫ୍‌ଆଇର ପ୍ରତିଷ୍ଠାତା ଅରୁଣ କ୍ରିଷ୍ଣମୂର୍ତ୍ତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ପରିବେଶ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରୁଥିବା ବ୍ୟକ୍ତି ଓ ସଙ୍ଗଠନଗୁଡିକୁ ‘ଧରିତ୍ରୀ କ୍ଲାଇମେଟ୍‌ ଗ୍ରାଣ୍ଟ’ ପ୍ରଦାନ କରାଯିବ।

 

The post ‘ଧରିତ୍ରୀ କ୍ଲାଇମେଟ ଗ୍ରାଣ୍ଟ’ ଆରମ୍ଭ appeared first on Dharitri Odia News.