ଧର୍ମଗଡ ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

କଳାହାଣ୍ଡି:୧୬/୦୭ ଆଜି ଧର୍ମଗଡବ୍ଲକସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ,ଧର୍ମଗଡ ଧୀମନ୍ ଚକମା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀ ବ୍ଲକ ଅଧ୍ୟକ୍ଷା ବବିତା ପାଟ୍ଟଯୋଶୀ,ବି ଡି ଓ ଶରତ ପାତ୍ର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ […] The post ଧର୍ମଗଡ ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ। appeared first on Odisha.News.

ଧର୍ମଗଡ ଠାରେ  ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

କଳାହାଣ୍ଡି:୧୬/୦୭
ଆଜି ଧର୍ମଗଡବ୍ଲକସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ,ଧର୍ମଗଡ ଧୀମନ୍ ଚକମା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀ ବ୍ଲକ ଅଧ୍ୟକ୍ଷା ବବିତା ପାଟ୍ଟଯୋଶୀ,ବି ଡି ଓ ଶରତ ପାତ୍ର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୩୯ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୩ଜଣ ଙ୍କୁ ଏବଂ ରେଡକ୍ରସ ପାଣ୍ଠି ରୁ ୧ ଜଣଙ୍କୁ ଆବେଦନ ସହାୟତା ମଞ୍ଜୁର କରାଯାଇଥିଲା।
ସମ୍ବାଦଦାତା-ସନତ କୁମାର ପ୍ରଧାନୀ

The post ଧର୍ମଗଡ ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ। appeared first on Odisha.News.