ନବଦିନାତ୍ମକଯାତ୍ରା: ଶରଧାବାଲିରେ ତିନିରଥ
ପୁରୀ,୮।୯: ରବିବାର ଆରମ୍ଭ ହୋଇଛି ନବଦିନାତ୍ମକଯାତ୍ରା। ରତ୍ନବେଦି ଛାଡ଼ି ଜନ୍ମବେଦିକୁ ଆସିଛନ୍ତି ମହାବାହୁ। ଦୀର୍ଘ ୫୩ ବର୍ଷ ପରେ ବିରଳ ସଂଯୋଗ କ୍ରମେ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ପଡ଼ିଥିବାରୁ ଚଳିତ ବର୍ଷ ଦୁଇଦିନ ରଥଟଣା ହୋଇଛି। ଏନେଇ ଶ୍ରୀକ୍ଷେତ୍ର ଭକ୍ତମୟ ହୋଇପଡ଼ିଛି। ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ତିନିରଥ ରବିବାର ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଥିଲା। ତେବେ ସା ହୋଇଯିବାରୁ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ମରୀଚିକୋଟ ଛକ, ଦେବୀ ସୁଭଦ୍ରାଙ୍କ […] The post ନବଦିନାତ୍ମକଯାତ୍ରା: ଶରଧାବାଲିରେ ତିନିରଥ appeared first on Dharitri Odia News.
ପୁରୀ,୮।୯: ରବିବାର ଆରମ୍ଭ ହୋଇଛି ନବଦିନାତ୍ମକଯାତ୍ରା। ରତ୍ନବେଦି ଛାଡ଼ି ଜନ୍ମବେଦିକୁ ଆସିଛନ୍ତି ମହାବାହୁ। ଦୀର୍ଘ ୫୩ ବର୍ଷ ପରେ ବିରଳ ସଂଯୋଗ କ୍ରମେ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ପଡ଼ିଥିବାରୁ ଚଳିତ ବର୍ଷ ଦୁଇଦିନ ରଥଟଣା ହୋଇଛି। ଏନେଇ ଶ୍ରୀକ୍ଷେତ୍ର ଭକ୍ତମୟ ହୋଇପଡ଼ିଛି।
ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ତିନିରଥ ରବିବାର ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଥିଲା। ତେବେ ସା ହୋଇଯିବାରୁ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ମରୀଚିକୋଟ ଛକ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ରାଜନଅର ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ କିଛିବାଟ ଗଡ଼ି ଶ୍ରୀମନ୍ଦିର ନିକଟରେ ଅଟକି ରହିଥିଲା। ସୋମବାର ସକାଳୁ ପୁଣି ଭକ୍ତଙ୍କ ଗହଣରେ ଆରମ୍ଭ ହୋଇଥିଲା ରଥଟଣା। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଟଣାହୋଇ ଶରଧାବାଲିରେ ପହଞ୍ଚି ଥିଲା। ପଛେପଛେ ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଥିଲା। ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଶରଧାବାଲିରେ ପହଞ୍ଚିଛି।
ଏହି ଅବସରରେ ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ହୋଇଉଠିଛି ଶ୍ରୀକ୍ଷେତ୍ର। ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଲାଗିଛି ଲକ୍ଷାଧିକ ଭକ୍ତଙ୍କ ଭିଡ଼। ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।
The post ନବଦିନାତ୍ମକଯାତ୍ରା: ଶରଧାବାଲିରେ ତିନିରଥ appeared first on Dharitri Odia News.